କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ’

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହେବ। ପ୍ରଥମ ଦିନ ପ୍ରିଲିମ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଶନିବାର ସକାଳ ପ୍ରାୟ ୯ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

 

କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କ୍ୱିଜିଙ୍ଗକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ୨୦୧୬ ପ୍ରଥମ ସଂସ୍କରଣରେ ମାତ୍ର ୧୮ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିବାବେଳେ ଏବେ ତାହା ୮୦ ଉପରେ ପହଞ୍ଚିଛି। ଉଚ୍ଚମାନର କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବଢ଼ିଥିବାବେଳେ ପ୍ରତିବର୍ଷ ଏଥିରେ ଅଂଶଗ୍ରହଣ କରିବା ପାଇଁ ଏମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ଚଳିତବର୍ଷ ରାଜ୍ୟରୁ ମୋଟ ୮୨ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି।

ଜୁନିୟର ଗ୍ରୁପରେ ୪୨ଟି ଟିମ ଥିବାବେଳେ ସିନିୟର ଗ୍ରୁପରେ ୪୦ଟି ଟିମ ରହିଛନ୍ତି। ଜୁନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ବୁର୍ଲା, ବାଲେଶ୍ବର, ଭଦ୍ରକ ଓ ଢେଙ୍କାନାଳର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିବାବେଳେ ସିନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, କୋରାପୁଟ, ବାଲେଶ୍ବର, ବ୍ରହ୍ମପୁର, ରାଉରକେଲା ଏବଂ ବୁର୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ବି ‘ମେଟଲ ମିଟ’ରେ କୁଇଜ ମାଷ୍ଟର ଅଜୟ ପୁନିଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri