Posted inଜାତୀୟ

Milkipur by-election: ଏସ୍‌ପିକୁ ହରାଇଲା ଭାଜପା

ଅଯୋଧ୍ୟା, ୯।୨: ଉତ୍ତରପ୍ରଦେଶର ମିଲ୍କିପୁର ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି)କୁ ଶକ୍ତ ଧକ୍କା ଲାଗିଛି। ନିର୍ବାଚନରେ ଫୈଜାବାଦର ଏସ୍‌ପି ଏମ୍‌ପି ଅଓ୍ବଧେଶ ପ୍ରସାଦଙ୍କ ପୁଅ ଅଜିତ ପ୍ରସାଦ ପରାସ୍ତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଚନ୍ଦ୍ରଭାନୁ ପାଶ୍ୱାନ ତାଙ୍କ ନିକଟତମ ପ୍ରାର୍ଥୀ ଅଜିତଙ୍କୁ ୬୧,୬୭୦ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ପାଶ୍ୱାନଙ୍କୁ ୧,୪୭, ୩୯୭ ଭୋଟ ମିଳିଥିବାବେଳେ ଅଜିତଙ୍କୁ ୮୪,୬୮୭ ଭୋଟ ମିଳିଛି। ମିଲ୍କିପୁରର ପୂର୍ବତନ ବିଧାୟକ ଅଓ୍ବଧେଶ ପ୍ରସାଦ ୨୦୨୪ ଲୋକ ସଭା ନିର୍ବାଚନରେ ଫୈଜାବାଦରୁ ଏମ୍‌ପି ଭାବେ ନିର୍ବାଚିତ ହେବା ପରେ ଏହି ଆସନ ଖାଲି ପଡ଼ିଥିଲା। ତେବେ ଏହି ଉପ ନିର୍ବାଚନରେ ବିଏସ୍‌ପି ପକ୍ଷରୁ ପ୍ରାର୍ଥୀ ଦିଆଯାଇ ନ ଥିଲା। ସେହିପରି ତାମିଲନାଡ଼ୁର ଇରୋଡ୍‌ ଇଷ୍ଟ ବିଧାନସଭା ଉପନିର୍ବାଚନରେ ଶାସକ ଡିଏମ୍‌କେକୁ ସଫଳତା ମିଳିଛି। ଡିଏମ୍‌କେର ଭି.ସି. ଚନ୍ଦିରାକୁମାର ନିଜର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ‘ନାମ୍‌ ତାମିଲାର କାଟ୍‌ଚି(ଏନଟି୍‌କେ)’ର ସୀତାଲକ୍ଷ୍ମୀଙ୍କୁ ୯୧,୫୫୮ ଭୋଟରେ ପରାସ୍ତ କରିଛନ୍ତି। ଚନ୍ଦିରାକୁମାରଙ୍କୁ ୧,୧୫,୭୦୯ ଭୋଟ ମିଳିଥିବାବେଳେ ସୀତାଲକ୍ଷ୍ମୀଙ୍କୁ ୨୪,୧୫୧ ଭୋଟ ମିଳିଛି। ମାତ୍ର ୮୯୦ ଭୋଟ ପାଇ ଭାଜପା ଏହି ଉପନିର୍ବାଚନରେ ଚତୁର୍ଥ ସ୍ଥାନରେ ରହିଛି। କଂଗ୍ରେସର ପୂର୍ବତନ ବିଧାୟକ ଇ.ଭି.କେ.ଏସ୍‌.ଏଲ୍‌ଗୋଭନ୍‌ଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri