Posted inରାଜ୍ୟ

ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ

ଭୁବନେଶ୍ୱର/ଡେରାବିଶ,୪।୧୧ (ସତ୍ୟଜିତ୍‌ ରାଉତ/ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗର କଟକ ଜିଲା ସାଲେପୁର ରୁରାଲ ଓ୍ବାର୍କ୍ସ ସବ୍‌ଡିଭିଜନ୍‌ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଅର୍ଜୁନଙ୍କ ଘର ସମେତ ଖୋର୍ଦ୍ଧା ଜିଲାର ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ା ଜିଲାର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇ ବହୁ କୋଟିର ସମ୍ପତ୍ତି ଠାବ ହୋଇଛି। ଚଢ଼ାଉ ହୋଇଥିବା ସ୍ଥାନ ମଧ୍ୟରେ ଅର୍ଜୁନଙ୍କ ସାଲେପୁରସ୍ଥିତ ସରକାରୀ ବାସଭବନ, କେନ୍ଦ୍ରାପଡ଼ା ଜିଲା ରାଇପୁରସ୍ଥିତ ସମ୍ପର୍କୀୟଙ୍କ ଘର, ବଡ଼ହାଟସ୍ଥିତ ଘନିଷ୍ଠ ସହଯୋଗୀଙ୍କ ଘର, ଡିଷ୍ଟ୍ରିକ୍ଟ ଏଗ୍ରିକଲ୍‌ଚର ଅଫିସ ନିକଟରେ ରହିଥିବା ଅନ୍ୟ ଜଣେ ଘନିଷ୍ଠ ସହଯୋଗୀଙ୍କ ଭଡ଼ଘର ପୈତୃକ ଗଁା ଡେରାବିଶ ବ୍ଲକ ଅଧୀନସ୍ଥ ସଦାନନ୍ଦପୁର ଘରେ ଏବଂ ସାଲେପୁର ଅଫିସସ୍ଥିତ ତାଙ୍କ ଚାମ୍ବର ଆଦି ରହିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ହେଉଥିବା ଏହି ଯାଞ୍ଚରେ ୮ଜଣ ଡିଏସ୍‌ପି, ୮ ଇନ୍ସପେକ୍ଟର, ୭ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ କର୍ମଚାରୀ ନିୟୋଜିତ ହୋଇଛନ୍ତି।
ଭିଜିଲାନ୍ସ ପକ୍ଷରୁ ସନ୍ଧ୍ୟାରେ ମିଳିଥିବା ରିପୋର୍ଟ ଅନୁଯାୟୀ, ଅର୍ଜୁନଙ୍କ ଭୁବନେଶ୍ୱର ଖଣ୍ଡଗିରି ବିହାରସ୍ଥିତ ପ୍ଲଟ ନଂ. ୪୫ରେ ଥିବା ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ୩ ମହଲା କୋଠା, କେନ୍ଦ୍ରାପଡ଼ା ଡେରାବିସ୍‌ ସୁଦାନନ୍ଦପୁରସ୍ଥିତ ପ୍ଲଟ୍‌ ନଂ. ୧୭୨୯ରେ ଥିବା ଏକ ମହଲା କୋଠା ଠାବ ହୋଇଛି। ଏଥିସହ ଭୁବନେଶ୍ୱରର ମୁଖ୍ୟ ଅଞ୍ଚଳରେ ଗୋଟିଏ ପ୍ଲଟ୍‌ ଓ କେନ୍ଦ୍ରାପଡ଼ା ଜିଲାରେ ୨୦ଟି ପ୍ଲଟ୍‌ ଠାବ ହୋଇଥିବା ଜଣାପଡିଛି। ଠାବ ହୋଇଥିବା କୋଠା ଏବଂ ପ୍ଲଟ୍‌ଗୁଡ଼ିକର ପ୍ରକୃତ ମୂଲ୍ୟ ଜାଣିବାକୁ ଭିଜିଲାନ୍ସର ଟେକ୍‌ନିକାଲ୍‌ ଓ୍ବିଙ୍ଗ୍‌ ଅଧିକ ଯାଞ୍ଚ କରୁଛି। ସେହିଭଳି ଅର୍ଜୁନଙ୍କ ବ୍ୟାଙ୍କ, ଜୀବନବୀମା ଓ ଅନ୍ୟାନ୍ୟ ଜମା ୭୦.୦୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ୨ ଲକ୍ଷ ୮୩ ହଜାର ୯୪୦ ନଗଦ ଟଙ୍କା, ୨୧୮ ଗ୍ରାମର ସୁନା ଅଳଙ୍କାର, ପ୍ରାୟ ୪୧ ଲକ୍ଷ ଟଙ୍କାର ୩ଟି ଚାରିଚକିଆ ଯାନ, ୨ ବାଇକ୍‌ ଏବଂ ଅନ୍ୟ ଘରୋଇ ସାମଗ୍ରୀ ଆଦି ଠାବ ହୋଇଛି। ଚଢ଼ାଉ ଜାରି ରହିଥିବାବେଳେ ଭିଜିଲାନ୍ସ ପକ୍ଷରୁ ଅର୍ଜୁନଙ୍କୁ ଏ ସଂକ୍ରାନ୍ତରେ ଅଧିକ ପଚରାଉଚରା କରାଯାଉଛି। ତେବେ ଅର୍ଜୁନଙ୍କ ସମ୍ପତ୍ତିର ପରିମାଣ ପ୍ରାୟ ୫ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି। ଚଢ଼ାଉ ଓ ଯାଞ୍ଚ ସରିବା ପରେ ସମ୍ପତ୍ତିର ପରିମାଣ ଆହୁରି ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ

ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ...

ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର, ୧୫ା୪(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି।...

ସରକାରୀ ନୋଟିସ ମୂଲ୍ୟହୀନ: କେନ୍ଦ୍ରାପଡ଼ାରେ ସର୍ବାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ବାଂଲାଦେଶ ଓ କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ଖୋଲାମେଲା ସମୁଦ୍ର। ଏହି ଦୂରତା ଅତିକ୍ରମ କରିବା ପାଇଁ ସି ସଟ୍‌ଲକୁ ମାତ୍ର ୮...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image