ନିର୍ବାଚନୀ ସଭାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଟାର୍ଗେଟ

ଜୁନାଗଡ଼,୨୨।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍‌ଷ୍ଟାଣ୍ଡଠାରେ ଭାଜପାର ବିଶାଳ ନିର୍ବାଚନୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ଜୁନାଗଡ ଏନ୍‌ଏସି ଅଧ୍ୟକ୍ଷ ପ୍ରାର୍ଥୀ ମୁକେଶ ଅଗ୍ରୱାଲ, ଜିଲା ଉପସଭାପତି ଅଜୟ ପାଣିଗ୍ରାହୀ, କାଳିପ୍ରସାଦ ରାୟଗୁରୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ବରିଷ୍ଠ ନେତା ରୂପେଶ ଜୈନ, ନଗର ସଭାପତି ଶିବରାମ ରାଉତ ପ୍ରମୁଖ ଯୋଗଦେଇଥିଲେ। ମମିତା ମେହେର ହତ୍ୟା ଘଟଣାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଦଳୀୟ ନେତା ଟାର୍ଗେଟ କରିଥିଲେ। ବିଜେଡିର ଅର୍ଥବଳ, ବାହୁ ବଳକୁ ପ୍ରତ୍ୟାଖ୍ୟାନ କରି ଏଥର ଲୋକେ ଜନତା ବଳ ଦେଖାଇ ସହରର ବିକାଶ ପାଇଁ ଭାଜପାକୁ ଭୋଟ ଦେବାକୁ ନିବେଦନ କରିଥିଲେ। ବିଜେଡି ସରକାରଙ୍କ ବିଭିନ୍ନ ବିଫଳତାକୁ ନେଇ ଦଳୀୟ ନେତା ବର୍ଷିଥିଲେ। କାର୍ଯ୍ୟକ୍ରମକୁ ବରିଷ୍ଠ ନେତା କାଳିନ୍ଦ୍ରୀ ପାଣିଗ୍ରାହୀ ପରିଚାଳନା କରିଥିଲେ। ସେହିପରି ଭବାନୀପାଟଣାରେ ମଧ୍ୟ ଭାଜପା ପକ୍ଷରୁ ଏକ ନିର୍ବାଚନୀ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳୀୟ କର୍ମୀ ଭବାନୀପାଟଣାର ସର୍ବାଙ୍ଗୀନ ଉନ୍ନତି ପାଇଁ ଭାଜପା ପ୍ରାର୍ଥୀଙ୍କୁ ଭୋଟ ଦେବା ଲାଗି ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା...

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri