E-KYCକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: ଏତିକି ଦିନ ଯାଏ ରହିଛି ଅପଡେଟ୍‌ କରିବାର ସମୟ, ଶୀଘ୍ର କରିନିଅନ୍ତୁ…

ଭୁବନେଶ୍ୱର,୩୦।୮: E-KYC ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ, ପର୍ଯ୍ୟାପ୍ତ ସମୟ ମିଳିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚିନ୍ତା କରିବା ଆବଶ୍ୟକ ନାହିଁ, ସର୍ଭେ କେବଳ ମୃତ ଓ ଅଯୋଗ୍ୟଙ୍କ ପାଇଁ ରହିଛି। ସାମିଲ ହୋଇଥିବା କେହି ବି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବେନି। ପରିବାରର କେହି ବାହାରେ ଥିଲେ, ଆରାମରେ ଆସି E-KYC କରିପାରିବେ। ସମସ୍ତ E-KYC ଯାଞ୍ଚ ସରିବା ପରେ ଏହି ପ୍ରକ୍ରିୟା ବନ୍ଦ କରାଯିବ ବୋଲି ସେ କହିଛନ୍ତି।

ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ  E-KYC ମାଧ୍ୟମରେ ଡିଲର ଅପଡେଟ୍‌ କରୁଛନ୍ତି।

 

Share