ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି। ତାଙ୍କ ସହ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲୁ, ସ୍ବତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ଆଡମା ରାବା, ମାଲକାନଗିରି ପୂର୍ବତନ ବିଧାୟକ ମାନସ ମାଡକାମୀ, ଚିତ୍ରକୋଣ୍ଡା ବ୍ଲକ ଅଧକ୍ଷା ରାଜେଶ୍ୱରୀ ଖିଲ ତଥା ସ୍ବାଭିମାନ ଅଞ୍ଚଳର ବରିଷ୍ଠ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ଏହି ଅବସରରେ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଭୁକ୍ତ ୭ଟି ବିଦ୍ୟାଳୟର ଛାତ୍ରୀଛାତ୍ରୀଙ୍କ ପାଇଁ ହଷ୍ଟେଲ ଉଦ୍ଘାଟନ କରିଥିଲେ।