ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’ର ଶୁଭାରମ୍ଭ କଲେ ମନ୍ତ୍ରୀ

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଭାରତ ସରକାରଙ୍କ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ ମଙ୍ଗଳବାର ସହରାଞ୍ଚଳ ଜାତୀୟ ଭୂସ୍ଥାନିକ ସର୍ବେକ୍ଷଣ ‘ନକ୍ସା’ର ଶୁଭାରମ୍ଭ ହୋଇଯାଇଛି। ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ସ୍ଥାନ ପାଇଛି। ମଧ୍ୟପ୍ରଦେଶରୁ କେନ୍ଦ୍ର କୃଷି ଓ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଏହାର ଉଦ୍‌ଘାଟନ କରିଥିଲେ। ଖୋର୍ଦ୍ଧା ଜୟୀ ରାଜଗୁରୁ ଭବନଠାରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ ଏହାର ଉଦ୍‌ଘାଟନ କରିଥିଲେ।

ମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଲେ, ଅତ୍ୟାଧୁନିକ ଜ୍ଞାନ କୌଶଳ ଯଥା ସାଟେଲାଇଟ୍‌ ମାଧ୍ୟମରେ ଛବି ଉତ୍ତୋଳନ, ଡ୍ରୋନ ସର୍ଭେ, ଭୂସ୍ଥାନିକ ସର୍ବେକ୍ଷଣ(ଜିଆଇଏସ୍‌) ଆଧାରରେ ସହରାଞ୍ଚଳର ଭୂମି ରେକର୍ଡକୁ ଆଧୁନିକୀକରଣ କରିବା ନିମନ୍ତେ ଏହା ଭାରତ ସରକାରଙ୍କର ଏକ ଅଭିନବ ପ୍ରୟାସ। ଏହାଦ୍ବାରା ସହରାଞ୍ଚଳର ଭୂମି ସମ୍ବନ୍ଧିତ ରେକର୍ଡକୁ ଠିକ ଭାବେ ଡିଜିଟାଲ ପୋର୍ଟାଲରେ ଉପଲବ୍ଧ କରାଯାଇପାରିବ ଏବଂ ନିୟମିତ ଭାବେ ଅପ୍‌ଡେଟ ମଧ୍ୟ କରାଯାଇପାରିବ ।

ଏହି ସର୍ବେକ୍ଷଣ ଜମିଜମା ସମ୍ବନ୍ଧିତ ବିବାଦକୁ ସହଜରେ ଦୂର କରିବା ସହ ସହରାଞ୍ଚଳ ଜମିର ଠିକ ମୂଲ୍ୟ ଆକଳନ ତଥା ଠିକ ଭାବେ ଭୂମି କର ଆଦାୟ କରିବାରେ ସହାୟକ ହେବ । ଏହି ସର୍ଭେ ଦ୍ବାରା ସହରାଞ୍ଚଳର ସ୍ବଳ୍ପ ଜମିର ସନ୍ତୁଳିତ ଉପଯୋଗ, ନିୟମାବଳୀକୁ ଠିକ ଭାବେ ଲାଗୁ କରିବା, ସ୍ଥାବର ସମ୍ପତ୍ତି ସମ୍ବନ୍ଧିତ ସେବା ପ୍ରଦାନ କରିବା, ପରିବହନ ତଥା ଅନ୍ୟାନ୍ୟ ଆପଦକାଳୀନ ସେବାକୁ ସୁଦୃଢ଼ କରିବା ସହ ସହରାଞ୍ଚଳର ନିରନ୍ତର ବିକାଶକୁ ସୁନିଶ୍ଚିତ କରାଯାଇପାରିବ ।

ଡ୍ରୋନ ସର୍ଭେ ସହ ଭୂମିର ସର୍ଭେ ସମୟରେ ଜମି ମାଲିକଙ୍କ ଉପସ୍ଥିତିରେ ନିର୍ଭୁଲ ଓ ଠିକ ମୂଲ୍ୟାୟନ ଉପରେ ମନ୍ତ୍ରୀ ପୂଜାରୀ ଗୁରୁତ୍ୱ ଦେବା ସହ ପୌର ପରିଷଦ, ରାଜସ୍ବ ବିଭାଗ ଏବଂ ସର୍ଭେ ଦାୟିତ୍ୱରେ ଥିବା ସଂସ୍ଥା ମଧ୍ୟରେ ଉତ୍ତମ ବୁଝାମଣା, ସମନ୍ବୟତା ଏବଂ ଜନସାଧାରଣଙ୍କ ସହଭାଗିତା ଜରୁରୀ ବୋଲି କହିଥିଲେ। ସର୍ଭେ ଅତ୍ୟନ୍ତ ଦାୟିତ୍ୱ ସମ୍ପନ୍ନ ଭାବେ ନିର୍ବାହ କରିବା ସହ ନିଖୁଣ, ସ୍ବଚ୍ଛତା ଅବଲମ୍ବନ ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ବିକଶିତ ଖୋର୍ଦ୍ଧା ନିର୍ମାଣରେ ଏହା ବେଶ୍‌ ସହାୟକ ହେବ ବୋଲି ବିଧାୟକ ଜଗଦେବ କହିଥିଲେ।

ଜିଲାପାଳ ଚଞ୍ଚଳ ରାଣାଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ପୌରାଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ରାଜ୍ୟ ଜମି ରେକର୍ଡ ସର୍ଭେ ନିଦ୍ଦେର୍ଶକ ବିଜୟ କୁମାର ଖଣ୍ଡାୟତରାୟ, କେନ୍ଦ୍ର ସର୍ଭେ ଅଫ ଇଣ୍ଡିଆର ନିର୍ଦ୍ଦେଶକ ଆଶିଷ କୌଶଳ, ଅତିରିକ୍ତ ଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଖୋର୍ଦ୍ଧା ଭାରପ୍ରାପ୍ତ ତହସିଲଦାର ନିବେଦିତା ପରିଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଜନ ପ୍ରତିନିଧି, ବୁଦ୍ଧିଜୀବୀ, ଶିକ୍ଷାବିତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri