ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା ଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ସାମାଜିକ ସୁରକ୍ଷା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଦାରିଙ୍ଗବାଡ଼ିରେ ପହଞ୍ଚିଛନ୍ତି। ସେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲି ଦେଖିବା ସହିତ ପର୍ଯ୍ୟଟନ ସ୍ଥଳଗୁଡ଼ିକର ଆହୁରି ଅଧିକ ବିକାଶ କରିବା ପାଇଁ ସେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ପ୍ରଥମେ ସେ ସିଆଙ୍ଗବାଲି ପଞ୍ଚାୟତ କିସୁବାଡି ପାଟାବାନ୍ଧା ଜଳପ୍ରପାତ ବୁଲି ଦେଖିଥିଲେ। ସେଠାକୁ ଯିବା ପାଇଁ ଭଲ ରାସ୍ତା ନ ଥିବାରୁ ରାସ୍ତା ମରାମତି କରିବା ନେଇ ବିଡିଓ ପ୍ରୀତି ରଞ୍ଜନଙ୍କ ସହିତ ଆଲୋଚନା କରିଥଲେ। ଏହାପରେ ସେ ଡୁଲୁରୀ ପାଇନ ଜଙ୍ଗଲ ଓ କଫି ବଗିଚା ବୁଲିବା ସହିତ କଫି ଚାଷ ଓ ପ୍ରାଥମିକ କଫି ପ୍ରସ୍ତୁତି କେନ୍ଦ୍ର ଓ ଗୋଲ ମରିଚ ଚାଷ ଦେଖିଥିଲେ। ଏହାପରେ ସେ ହିଲଭିଯୁ ପାର୍କ ଏବଂ ଇକୋ ରିଟ୍ରିଟ ବୁଲି ଦେଖିଥିଲେ।
ମନ୍ତ୍ରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, ସେ କେବେ ଦାରିଙ୍ଗବାଡି ଆସି ନ ଥିଲେ ପ୍ରଥମ ଥର ଆସି ବହୁତ ଖୁସି ଲାଗୁଛି। ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନ ସ୍ଥଳୀ ଏଠାକାର ଜଳବାୟୁ ପରିବେଶକୁ ପ୍ରଶଂସା କରିବା ସହିତ ସେ ବିଭିନ୍ନ ଜଳ ପ୍ରପାତ, କଫି ବଗିଚା, ଡୁଲୁରୀ ପାଇନ ପର୍ଯ୍ୟଟନସ୍ଥଳୀର ବିକାଶ ଆହୁରି ଦରକାର ସେ ଏନେଇ ପର୍ଯ୍ୟଟନ ବିଭାଗ ମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ବୋଲି ପ୍ରକାଶ କରିବା ସହ ବିଡ଼ିଓ ପ୍ରୀତିରଞ୍ଜନ ରଥ, ବାଲିଗୁଡା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରାଙ୍କ ସହ ପର୍ଯ୍ୟଟନ କ୍ଷେତ୍ରର ବିକାଶ, ଅଞ୍ଚଳବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ କରିବା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ବିଡ଼ିଓ ଦାରିଙ୍ଗବାଡିର ବିକାଶ ପାଇଁ ଏକାଧିକ ପ୍ରସ୍ଥାବ ମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri