‘ବନ୍ୟା ସ୍ଥିତିର ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ’

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଲଘୁଚାପ ବର୍ଷା ପ୍ରଭାବରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବନ୍ୟା ସ୍ଥିତିକୁ ନେଇ ବୁଧବାର ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସମୀକ୍ଷା କରିଛନ୍ତି। ଏହାସହ ବନ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରଶାସନ କାମ କରୁଛି ବୋଲି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ବନ୍ୟା ପ୍ରଭାବିତ ଜିଲାଗୁଡିକରେ ପରିସ୍ଥିତି ଦେଖି ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପାଣିରେ ଫସିଥିବା ଲୋକଙ୍କୁ ଉଦ୍ଧାର ମଧ୍ୟ କରାଯାଉଛି। ଏହା ବ୍ୟତିତ ସ୍କୁଲ, କଲେଜ ଏବଂ କଲ୍ୟାଣ ମଣ୍ଡପରେ ସେମାନଙ୍କ ରହିବା ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ସେମାନଙ୍କୁ ରନ୍ଧା ଖାଦ୍ୟ ସହ ଓଷଧ, ପାନୀୟ ଜଳ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଛି ବୋଲି ପ୍ରମିଳା ମଲ୍ଲିକ କହିଛନ୍ତି।

Share