ମନ୍ତ୍ରୀଙ୍କ ବଡ଼ ସୂଚନା: ୫ ସୁଦ୍ଧା ଶେଷ ହେବ ସହରର ରାସ୍ତା ମରାମତି

ଭୁବନେଶ୍ୱର,୧୪।୯(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଏବଂ କଟକର ଅନେକ ସ୍ଥାନରେ ରାସ୍ତା ମରାମତିର ଆବଶ୍ୟକତା ରହିଛି। ଜଳବନ୍ଦୀ ସମସ୍ୟାର ମଧ୍ୟ ସମାଧାନ ନିତାନ୍ତ ଜରୁରୀ। ଏହାକୁ ଦୃଷ୍ଟିରେ ରଖି ଦ୍ୱୈତନଗରୀ ସମେତ ରାଜ୍ୟର ସବୁ ସହରରେ ରାସ୍ତା ମରାମତି କାମ ଆସନ୍ତା ଅକ୍ଟୋବର ୫ ସୁଦ୍ଧା ଶେଷହେବ। ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମ ଥର ଲାଗି ଶୁକ୍ରବାର ଦ୍ୱୈତନଗରୀ ପାଇଁ ବସିଥିବା ସ୍ବତନ୍ତ୍ର ବୈଠକ ପରେ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି। ଏହାସହ ଜଳବନ୍ଦୀ ସମସ୍ୟା ଦୂର ପାଇଁ ବିଭାଗୀୟ ଅଧିକାରୀଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମନ୍ତ୍ରୀ ଆହୁରି କହିଛନ୍ତି, ପୂର୍ବରୁ କେବେ ଭୁବନେଶ୍ୱର-କଟକ ରାସ୍ତା ମରାମତି ନେଇ ସମନ୍ବୟ ବୈଠକ ବସି ନ ଥିଲା। ଭାଜପା ସରକାର ଆସିବା ପରେ ପ୍ରଥମ ଥର ପାଇଁ ସମନ୍ବୟ ବୈଠକ ବସିଛି। ଆଗକୁ ଏ ଧାରା ଜାରି ରହିବ ଓ ରାସ୍ତା ସ୍ଥିତି ନେଇ ସମୀକ୍ଷା କରାଯିବ। ପାର୍ବଣ ପରେ ଟ୍ରାଫିକ୍‌ ସମସ୍ୟାର ସ୍ଥାୟୀ ପ୍ରତିକାର ପାଇଁ ବୈଠକ ହେବ। କଟକ-ଭୁବନେଶ୍ୱରରେ ଦେଖାଦେଇଥିବା ଟ୍ରାଫିକ ସମସ୍ୟା ଦୂର ପାଇଁ ନୂଆ ରାସ୍ତା ତିଆରି ଉପରେ ଆଲୋଚନା ହେବ ବୋଲି ସେ କହିଛନ୍ତି। ବୈଠକରେ ଯୋଗଦେଇ ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍‌ କହିଛନ୍ତି, ଆମେ ଗଣେଶପୂଜା ବୁଲିବା ବେଳେ ଅନେକ ରାସ୍ତା ସମସ୍ୟା ଦେଖିଛୁ। ସେ ସବୁର ତାଲିକା କଟକ ମହାନଗର ନିଗମ(ସିଏମ୍‌ସି)କୁ ଦେଇଛୁ। ନିର୍ଦ୍ଧାରିତ ସମୟ ଭିତରେ ରାସ୍ତା ଓ ଡ୍ରେନ୍‌ କାମ ସାରିବାକୁ ଦାବି କରିଛୁ ବୋଲି ସେ କହିଛନ୍ତି। ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କହିଛନ୍ତି, ରାସ୍ତା ଓ ଡ୍ରେନ୍‌ କାମ ବେଳେ ବିଭାଗଗୁଡ଼ିକ ମଧ୍ୟରେ ସମନ୍ବୟ ରହୁନାହିଁ। ଫଳରେ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଭଳି ସେମାନଙ୍କ ମଧ୍ୟରେ ସମନ୍ବୟ ରହିବ, ସେନେଇ ଗୁରୁତ୍ୱ ଦିଆଯାଉ। ଆଗକୁ ରାସ୍ତା ତିଆରି ବେଳେ ଖରାପ ରାସ୍ତାକୁ ସମ୍ପୂର୍ଣ୍ଣ ଖୋଳି ନୂଆ ଦୀର୍ଘମିଆଦୀ ରାସ୍ତା ତିଆରି କରନ୍ତୁ। ନଚେତ୍‌ ୧୯୮୦ରୁ ତିଆରି ହୋଇଥିବା ଘର ଏବେ ରାସ୍ତାଠାରୁ ତଳେ ରହିଲାଣି। ସେଥିପାଇଁ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେଉଛି ବୋଲି ଅନନ୍ତ କହିଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରର ମୋଟ୍‌ ୭୯୮ କି.ମି. ବିଶିଷ୍ଟ ୮୧୮ଟି ରାସ୍ତା ରହିଥିବା ବେଳେ ୨୨୨ କି.ମି. ବିଶିଷ୍ଟ ୩୫୧ଟି ରାସ୍ତାରେ ମରାମତି ଆବଶ୍ୟକତା ରହିଛି। ସେଥିମଧ୍ୟରୁ ୧୫୦.୭୬ କି.ମି. ବିଶିଷ୍ଟ ୨୮୯ଟି ରାସ୍ତାରେ ସାମାନ୍ୟ ମରାମତି ଦରକାର ହେଉଥିବା ବେଳେ ୭୧ କି.ମି. ବିଶିଷ୍ଟ ୬୨ଟି ରାସ୍ତାରେ ବ୍ୟାପକ ମରାମତି ଦରକାର। ସେହିପରି କଟକରେ ମୋଟ ୧୯୭ କି.ମି. ବିଶିଷ୍ଟ ୯୫ଟି ରାସ୍ତା ରହିଥିବା ବେଳେ ୮୦ କି.ମି. ବିଶିଷ୍ଟ ୩୪ଟି ରାସ୍ତାରେ ମରାମତି ଆବଶ୍ୟକ। ସେଥିମଧ୍ୟରୁ ୭୦ କି.ମି.ର ୨୭ଟି ରାସ୍ତାରେ ସାମାନ୍ୟ ମରାମତି ଦରକାର ହେଉଥିବାବେଳେ ୭ଟି ରାସ୍ତାର ୯.୫୯ କି.ମି. ବ୍ୟାପକ ମରାମତି ଦରକାର। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ଚୌଦ୍ବାର-କଟକ ବିଧାୟକ ସୌଭିକ୍‌ ବିଶ୍ୱାଳ, କଟକ ମହାନଗର ନିଗମ ମେୟର ସୁବାସ ଚନ୍ଦ୍ର ସିଂ, ଭାଜପା ନେତା ଜଗନ୍ନାଥ ପ୍ରଧାନ, ଦିଲୀପ ମହାନ୍ତି, ନୟନ କିଶୋର ମହାନ୍ତି, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ, ସ୍ବତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀ, ଇଆଇସି ମୁଖ୍ୟ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri