ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ହେବ ସ୍କିଲ୍‌ ହବ୍‌

ଭୁବନେଶ୍ୱର,୨୮ା୬(ଅନିଲ ଦାସ):ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ନିର୍ଦ୍ଦିଷ୍ଟ କେତେକ ପ୍ରଶିକ୍ଷିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୀମିତ ରଖାଯିବ ନାହିଁ। ଏହାକୁୁ ଶିଳ୍ପାନୁଷ୍ଠାନ, ମହାବିଦ୍ୟାଳୟ ଓ ମିଶନଶକ୍ତି ପରିସରଭୁକ୍ତ କରାଯିବ ବୋଲି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି। ଗୁରୁବାର ପୂର୍ବାହ୍ନରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସମୀକ୍ଷା କରି ସେ କହିଛନ୍ତି ଯେ ବିଭିନ୍ନ ଶିଳ୍ପାନୁଷ୍ଠାନ ଓ କମ୍ପାନୀରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ଯୋଗଦାନ ପୂର୍ବରୁ ସେମାନଙ୍କୁ ଦକ୍ଷ କରିବା ଆବଶ୍ୟକ। କମ୍ପାନୀ ଓ ଶିଳ୍ପାନୁଷ୍ଠାନ ବୁଝାମଣାପତ୍ରରେ ଓଡ଼ିଆ ଯୁବତୀଯୁବକ ସେମାନଙ୍କ ଅନୁଷ୍ଠାନଗୁଡ଼ିକରେ ନିଯୁକ୍ତି ସୁଯୋଗ ପାଇଁ ଚୁକ୍ତିବଦ୍ଧ ହେଉଥିବା ବେଳେ ଯୋଗ୍ୟ ପ୍ରାର୍ଥୀମାନେ କୁଶଳୀହେବା ନିହାତି ଜରୁରୀ। ସେଥିପାଇଁ ସେହି ପ୍ରାର୍ଥୀମାନଙ୍କୁ ଦକ୍ଷତା ବିକାଶ ପ୍ରଶିକ୍ଷଣ ଦିଆଯିବା ଆବଶ୍ୟକ। ସ୍ଥଳ ବିଶେଷରେ କମ୍ପାନୀ ଓ ଶିଳ୍ପାନୁଷ୍ଠାନଗୁଡ଼ିକୁ ମଧ୍ୟ ଉପଯୁକ୍ତ ପ୍ରଶିକ୍ଷକ ଓ ଭିତ୍ତିିଭୂମି ଯୋଗାଇ ଦେବା ପାଇଁ ଚୁକ୍ତି କରାଯାଇପାରିବ। କଲେଜଗୁଡ଼ିକରେ ପାଠପଢ଼ା ସମୟରେ ଓ ପାଠପଢ଼ା ସମୟ ବାହାରେ ଯୁବତୀଯୁବକଙ୍କୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ସାମିଲ କରାଯାଇପାରିବ। ସେହିପରି ମିଶନଶକ୍ତି ଓ ଆପ୍ରେଣ୍ଟିଶିପ୍‌ ସହ ଦକ୍ଷତା ବିକାଶ ଟ୍ରେନିଂକୁ ଯୋଡ଼ିବାର ଢେର ଆବଶ୍ୟକତା ଅଛି ବୋଲି ମନ୍ତ୍ରୀ କହିଛନ୍ତି। ସମସ୍ତ ଜିଲାର ଉଚ୍ଚଶିକ୍ଷା ଅନୁଷ୍ଠାନରେ ୩୦ଟି ସ୍କିଲ୍‌ ହବ୍‌ କରାଯିବ। ଏଥିରେ ଉଚ୍ଚଶିକ୍ଷା ଅନୁଷ୍ଠାନର ଛାତ୍ରୀଛାତ୍ରଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସମ୍ପର୍କରେ ସଚେତନ କରାଯିବା ସହ ପ୍ରଶିକ୍ଷଣ ଦିଆଯିବ। ଜୁଲାଇ ୧୫ରେ ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ସବୁ ଜିଲାରେ ୨ଟି କୌଶଳ ରଥ(ସ୍କିଲ୍‌ ଅନ୍‌ ହୁଇଲ) ବୁଲିବ। ବିଭିନ୍ନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଓ ଯୋଜନା ସମ୍ପର୍କରେ ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହି କୌଶଳ ରଥ ରାଜ୍ୟରେ ପରିଭ୍ରମଣ କରିବ। ଯେଉଁଥିରେ ହାଇସ୍କୁଲ, ଆଶ୍ରମ ବିଦ୍ୟାଳୟ, ଶିଶୁ ଯତ୍ନ ଅନୁଷ୍ଠାନ, ପିଭିଟିଜି(ପ୍ରାଚୀନ ଜନଜାତି) ଅଞ୍ଚଳରେ (ବଣ୍ଡା ଓ ମାଙ୍କଡ଼ିଆ ଇତ୍ୟାଦି) ଏବଂ ଆଇଟିଆଇ ଓ ପଲିଟେକ୍‌ନିକ୍‌ ଉଚ୍ଚଶିକ୍ଷା ଅନୁଷ୍ଠାନ ଉପରେ ଗୁରୁତ୍ୱ ଦିଆଯିବ। ୭ଟି ଦକ୍ଷତା ଉପରେ ସଚେତନତା ପାଇଁ ସରକାରଙ୍କ ବିଭିନ୍ନ ବିବରଣୀ, ରୋଲ୍‌ ମଡେଲ୍‌ ଓ ଉଚ୍ଚଶିକ୍ଷା ସ୍କିମ୍‌ ଏହି ସ୍କିଲ୍‌ ଅନ୍‌ ହୁଇଲ୍‌ରେ ଫୋକସ୍‌ ହେବ। ସ୍ଥାନୀୟ ଜନପ୍ରତିନିଧି, ଅଭିଭାବକ, ଛାତ୍ରୀଛାତ୍ର, ପୂର୍ବତନ ଛାତ୍ରୀଛାତ୍ରଙ୍କୁ ଏଥିରେ ସାମିଲ କରାଯିବ। ଏହାବ୍ୟତୀତ ସ୍ବଳ୍ପ ଅବଧିଭିତ୍ତିକ ଦକ୍ଷତା କାର୍ଯ୍ୟକ୍ରମ, ଆଇଟିଆଇ, ପଲିଟେକ୍‌ନିକ୍‌, ବିଶ୍ୱ ଦକ୍ଷତା କେନ୍ଦ୍ର ଓ ଉଚ୍ଚତର ବୈଷୟିକ ଶିକ୍ଷା ସଂସ୍ଥାନଗୁଡ଼ିକରେ ଦିଆଯାଉଥିବା କାର୍ଯ୍ୟକ୍ରମମାନ ପ୍ରଚାର କରାଯିବ। ସ୍କିଲ୍‌ ଅନ୍‌ ହ୍ବିଲ୍‌ ବା କୌଶଳ ରଥରେ ବାଳିକାମାନଙ୍କ ପାଇଁ ସୁଦକ୍ଷା, ଅନାଥ ପିଲାଙ୍କ ପାଇଁ ଗ୍ରୀନ୍‌-ପ୍ୟାସେଜ୍‌ ସ୍କିମ୍‌ ଓ ନୂଆ-ଓ ଏବଂ ପିଏଲ୍‌ଟିପି ଯୋଜନା ସମ୍ପର୍କରେ ସୂଚନା ଦିଆଯିବ। ଏହି କୌଶଳ ରଥ ଅଭିଯାନ ପାଇଁ ମୁଖ୍ୟମନ୍ତ୍ରୀଙ୍କଠାରୁ ସ୍ବୀକୃତି ଅଣାଯିବ। ଏତଦ୍‌ବ୍ୟତୀତ ଯୁବକମାନଙ୍କୁ ଆତିଥେୟତା ପ୍ରଶିକ୍ଷଣ ପାଇଁ ୧୦ ଗୋଟି କୌଶଳଭବନ ନିର୍ମାଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ପ୍ରଥମ କୌଶଳ ଭବନ ନିର୍ମାଣ କରାଯାଉଛି। ଏହି ଭବନରେ ଆତିଥ୍ୟ, ରୋଷେଇ ବିଜ୍ଞାନ, ଖାଦ୍ୟ ଓ ପାନୀୟ, ଗୃହରକ୍ଷୀ ସେବା ଏବଂ ଫ୍ରଣ୍ଟ ଅଫିସ୍‌ ଆସୋସିଏଟ୍‌ ପାଠ୍ୟକ୍ରମ ପ୍ରଶିକ୍ଷଣ ପାଇଁ ସୁବିଧା ରହିବ। ଏହି ଭବନରେ ବାର୍ଷିକ ୪୦୫ ଯୁବକଙ୍କୁ ପ୍ରଶିକ୍ଷଣ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌)...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ...

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା, ଇଂଜିନିୟରିଂ ହଷ୍ଟେଲରେ ଉତ୍ତେଜନା

ଭୁବନେଶ୍ୱର, ୫।୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ...

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri