ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ ସ୍ବଚ୍ଛ କରିବା ପାଇଁ ଏଥର ବିଶେଷ ବ୍ୟବସ୍ଥା କରାଯାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ପ୍ରତି ମଣ୍ଡି ଦାୟିତ୍ୱରେ ଜଣେ ଜଣେ ଅଫିସର ରହିବେ। ୪/୫ଟି ମଣ୍ଡି ଦାୟିତ୍ୱରେ ଜଣେ ଜଣେ ସୁପରଭାଇଜର ରହିବେ।
ଜିଲା ଦାୟିତ୍ୱରେ ଜିଲାପାଳ ଏବଂ ଜଣେ ମନ୍ତ୍ରୀ ୨ଟି ଜିଲା ଦାୟିତ୍ୱ ନେବେ। ଏଥିସହ ମିଲରମାନଙ୍କୁ ଟାର୍ଗେଟ ଦିଆଯିବ। ସେମାନେ କେବଳ ମିଲିଂ କରିବେ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଦେବେ। ଧାନକିଣା ବେଳେ ପଡ଼ୋଶୀ ରାଜ୍ୟକୁ ଲାଗିଥିବା ରାସ୍ତାଗୁଡ଼ିକୁ ସିଲ୍‌ କରାଯିବ। ମନ୍ତ୍ରୀମାନେ ଜିଲା ଦାୟିତ୍ୱରେ ରହିବେ। କଟନୀଛଟନୀ ବନ୍ଦ କରିବାକୁ ଧାନର ମାନ ଥରେ ମାତ୍ର ଯାଞ୍ଚ କରିବାକୁ ନିଷ୍ପତ୍ତି ହୋଇଛି। ସେହିପରି ଟୋକନ୍‌ ସମୟସୀମା ଜିଲାପାଳମାନେ ଚାହିଁଲେ ବଢ଼ାଇ ପାରିବେ। ସେଥିପାଇଁ ଜିଲାପାଳଙ୍କୁ ଅଧିକୃତ କ୍ଷମତା ଦିଆଯିବ। ରାଜ୍ୟ ସରକାରଙ୍କ ପାଖକୁ ପ୍ରସ୍ତାବ ପଠାଇବେ ନାହିଁ। ମଣ୍ଡିଗୁଡ଼ିକର ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ୫୫୦ କୋଟି ଖର୍ଚ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

ବୁଦ୍ଧାଦିତ୍ୟଙ୍କ ନାଁରେ ଏଫଆଇଆର, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ନେଇ ଲେଖିଲେ…

ଭୁବନେଶ୍ୱର,୧୮।୧୦: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଥାନାରେ ମାମଲା। କ୍ୟାପିଟାଲ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଥାନାରେ...

ମାଡ଼ିଲାଣି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତବାସୀ: ଏକାଠୀ ହେଲେ ୩ ଗ୍ରାମର ବାସିନ୍ଦା

ଛତ୍ରପୁର,୧୮ା୧୦ (ଦିଲ୍ଲୀପ ସାମଲ): ଜଳବାୟୁ ପରିବର୍ତ୍ତନ ହେତୁ ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବାରେ ଲାଗିଛି। ସମୁଦ୍ର କୂଳ ଦିନକୁ ଦିନ ଲଙ୍ଘୁଥିବାରୁ ଗଞ୍ଜାମ ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri