ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର

ଭୁବନେଶ୍ୱର, ୨୩।୬(ସୁନିତ୍‌ ମିଶ୍ର): ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉଦ୍‌ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏ ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ରାଜ୍ୟର ଖାଉଟିମାନେ ଯେପରି ସୁଲଭ ତଥା ଉଚିତ ମୂଲ୍ୟରେ ଖାଉଟି ସାମଗ୍ରୀ ପାଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗର ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି। ଏହାସହ ମୁନାଫାଖୋର ତଥା ଅସାଧୁ ଉପାୟ ଅବଲମ୍ବନ କରୁଥିବା ବ୍ୟବସାୟୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଉଟି ସାମଗ୍ରୀର ଦରବୃଦ୍ଧି ବର୍ତ୍ତମାନ ଜାତୀୟ ସମସ୍ୟା ହୋଇଥିଲେ ମଧ୍ୟ ରାଜ୍ୟରେ ଅସାଧୁ ବ୍ୟବସାୟୀ ଯେପରି ଏହାର ଲାଭ ନ ଉଠାଇ ପାରନ୍ତି, ସେଥିପାଇଁ ସଜାଗ ରହିବାକୁ ବିଭାଗୀୟ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି ା ତଦନୁଯାୟୀ ଯୋଗାଣ ବିଭାଗର ଅଧିକାରୀମାନଙ୍କ ଦ୍ୱାରା ରାଜ୍ୟର ପ୍ରମୁଖ ବଜାର ଯଥା ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ପୁରୀ ଆଦି ଅଞ୍ଚଳରେ ଯାଞ୍ଚ କରାଯାଉଛି। ଏତଦବ୍ୟତୀତ ବିଭାଗ ତରଫରୁ ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀର କ୍ରୟ ବିକ୍ରୟ ଆଦି ଉପରେ ନଜର ରଖିବା ସହ ଜିଲାର ଯୋଗାଣ କର୍ମଚାରୀଙ୍କୁ ଏ ସମ୍ବନ୍ଧରେ ବିବରଣୀ ବିଭାଗକୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri