ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ,୨୫ା୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ ଏବଂ ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଫୁଲବାଣୀ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ରାଜେଶ ଦାସ ମାମଲାର ବିଚାର କରି ଅଭିଯୁକ୍ତ ଟିକାବାଲି ଥାନା ଅଞ୍ଚଳର ବାଦଲ ଦିଗାଲ(୨୫)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୫୭ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦାୟ ଅଧିକ ୧୧ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ଦେବାକୁ ଜିଲା ଆଇନ ପ୍ରାଧିକାରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ବାଦଲଙ୍କର ନାବାଳିକାଙ୍କ ସହ ଏକ ଭୋଜିରେ ଦେଖା ସାକ୍ଷାତ ହୋଇଥିଲା । ପ୍ରାୟ ୪ ମାସ ପରେ ୨୦୨୦ ଜୁନ ୧୩ ତାରିଖ ରାତି ସାଢ଼େ ୮ଟାରେ ବାଦଲ ନାବାଳିକାଙ୍କ ଘରକୁ ଆସି ତାଙ୍କୁ ଭଲ ପାଉଥିବା କହିବା ସହ ବିବାହ ପ୍ରତିଶ୍ରୁତି ଦେଇ ସାଙ୍ଗରେ ପଳାଇ ଆସିବାକୁ କହିଥିଲେ। ନାବାଳିକା ଜଣକ ମନା କରିବା ସତ୍ତ୍ୱେ ସେ ବିଭିନ୍ନ ପ୍ରଲୋଭନ ଦେଖାଇ ନେଇ ପଳାଇଥିଲେ। ବାଦଲ ବୌଦ୍ଧ ଜିଲା ଲଣ୍ଡ୍ରେୁଜୁ ଗ୍ରାମରେ ଥିବା ମାମୁ ଘରକୁ ନାବାଳିକାଙ୍କୁ ନେଇ ରଖିବା ସହ ସେଠାରେ ଶାରୀରିକ ସମ୍ପର୍କ ରଖିଥିଲେ।

ଏପଟେ ନାବାଳିକାଙ୍କ ପରିବାର ଲୋକେ ଝିଅକୁ ବହୁ ଖୋଜାଖୋଜି କରି ପାଇ ନ ଥିଲେ। କିଛି ଦିନ ପରେ ଝିଅ ବୌଦ୍ଧରେ ଥିବା ଜାଣି ପରିବାର ଲୋକେ ସେଠାକୁ ଯାଇଥିଲେ। ଝିଅକୁ ଛାଡ଼ି ଦେବାକୁ କହିବାରୁ ବାଦଲ ସେମାନଙ୍କୁ ଗାଳିଗୁଲଜ କରି ତଡି ଦେଇଥିଲେ। ଏ ନେଇ ନାବାଳିକାଙ୍କ ମା’ ଥାନାରେ ଏତଲା ଦେଇଥିଲେ । ପୋଲିସ ଏକ ମାମଲା(ନଂ.୩୭/୨୦) ରୁଜୁ କରି ନାବାଳିକାଙ୍କୁ ଉଦ୍ଧାର କରିଥିଲା। ପୋଲିସ ନାବାଳିକାଙ୍କ ଡାକ୍ତରୀ ମାଇନା ପରେ ବାଦଲଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ବିଚାରପତି ୧୦ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଏବଂ ମେଡିକାଲ ରିପୋର୍ଟକୁ ଆଧାର କରି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri