ପୁରୀ,୧୩ା୮(ଅଜିତ ମହାନ୍ତି)ପୁରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମୋଟରଯାନ ସଂଶୋଧିତ ଆଇନ ଉଲ୍ଲଂଘନ କରୁଥିବା ଚାଳକଙ୍କ ଉପରେ ଚଢ଼ାଉ ଅଭିଯାନ ଜାରି ରହିଛି। ପରିବହନ କମିଶନର ଅମିତାଭ ଠାକୁରଙ୍କ ନିର୍ଦ୍ଦେଶକ୍ରମେ ତଥା ପୁରୀ ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍ପି ଡା. କନୱର ବିଶାଲ ସିଂଙ୍କ ତତ୍ତ୍ୱାବଧାନରେ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍ଟିଓ) ରବିନ୍ କୁମାର ପଟ୍ଟନାୟକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଚଢ଼ାଉ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ଆର୍ଟିଓ ପଟ୍ଟନାୟକ ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡ୍ରେ ଯାଉଥିଲେ। ଏହି ସମୟରେ ତୋଷାଳି ରିସର୍ଟ ପାଖରେ ୩ ଜଣ ନାବାଳକ କଲେଜ ଛାତ୍ର ଏକ ସ୍କୁଟିରେ କୋଣାର୍କ ଆଡୁ ପୁରୀ ଅଭିମୁଖେ ଆସୁଥିଲେ। ଏକ ସ୍କୁଟିରେ ୩ଜଣଙ୍କୁ ଦେଖି ଆର୍ଟିଓ ପ୍ରଥମେ ସେମାନଙ୍କୁ ଅଟକାଇଥିଲେ। ପରେ ସ୍କୁଟି ଚଲାଉଥିବା ସମ୍ପୃକ୍ତ ଛାତ୍ରଙ୍କ ବୟସ ପଚାରିବାରୁ ୧୮ବର୍ଷରୁ କମ୍ ଏବଂ ତାଙ୍କ ଘର ବାଲିଗୁଆଳି ଅଞ୍ଚଳରେ ବୋଲି ଜଣାପଡ଼ିଥିଲା। ଏହାପରେ ଉକ୍ତ ସ୍କୁଟି ନମ୍ବରରେ ଜରିମାନା ବାବଦକୁ ୨୭ହଜାର ଟଙ୍କାର ଚାଲାଣ କଟାଯାଇଛି। ସେଥିମଧ୍ୟରୁ ସ୍କୁଟିରେ ୩ଜଣ ବସିଥିବାରୁ ୧ହଜାର ଟଙ୍କା, ବିନା ହେଲମେଟ୍ରେ ଗାଡ଼ି ଚଲାଉଥିବାରୁ ୧ହଜାର ଟଙ୍କା ଏବଂ ନାବାଳକ ହୋଇ ସ୍କୁଟି ଚଲାଉଥିବାରୁ ୨୫ହଜାର ଟଙ୍କାର ଜରିମାନା କରାଯାଇଛି। ଏହି ସ୍କୁଟିକୁ ଜବତ କରି ପେଣ୍ଠକଟା ମେରାଇନ ଥାନାରେ ରଖାଯାଇଛି। ଜରିମାନା ବାବଦ ଅର୍ଥ ପୈଠ କରିବା ପରେ ମାଲିକ ସ୍କୁଟି ନେଇପାରିବେ ବୋଲି ସୂଚନା ଦିଆଯାଇଛି। ପ୍ରତିଦିନ ସଡ଼କ ଦୁର୍ଘଟଣା ଯୋଗୁ ଅନେକ ଲୋକଙ୍କ ଜୀବନ ଚାଲିଯାଉଛି। ତେଣୁ ପିଲାଙ୍କୁ ଯାନବାହନ ଚଲାଇବା ପାଇଁ ନ ଦେବାକୁ ଅଭିଭାବକମାନଙ୍କୁ ଆର୍ଟିଓ ପଟ୍ଟନାୟକ ଅନୁରୋଧ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା
ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...
କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…
ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...
ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା
ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...
ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…
ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ
ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...
Archives


