ନାବାଳକଙ୍କ ଗୋଡ଼ରେ ଚଢ଼ିଗଲା ରଥ ଚକା

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ପରମ୍ପରା ଅନୁଯାୟୀ ଶ୍ରୀଗୁଣ୍ଡିଚା ଯାତ୍ରା ପରଦିନ ଶ୍ରୀ ଜୀଉଙ୍କ ରଥ ଟଣା ଯାଇଥାଏ। ବୁଧବାର ରଥଟଣା ହେଉଥିବା ବେଳେ ରଥଚକା ମାଡ଼ିଯାଇ ଜଣେ ନାବାଳକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ଦିଗପହଣ୍ଡି ବଡ଼ ବ୍ରାହ୍ମଣ ସାହିର ରମା ଚୌଧୁରୀଙ୍କ ପୁଅ ଓମ ଚୌଧୁରୀ(୧୦)। ରଥଯାତ୍ରା ପାଇଁ ଦିଗପହଣ୍ଡି ସହର ତଥା ଆଖପାଖ ଗ୍ରାମର ଶ୍ରଦ୍ଧାଳୁଙ୍କ ଭିଡ଼ ରହିଥିଲା। ପ୍ରବଳ ଗହଳିରେ ରଥଟଣା ବେଳେ ଅସାବଧାନତା କାରଣରୁ ନାବାଳକ ଜଣକ ତଳେ ପଡିଯାଇଥିଲେ। ତାଙ୍କ ବାମ ଗୋଡ଼ ଉପରେ ଚକା ମାଡ଼ିଯାଇଥିଲା। ଘଟଣା ସ୍ଥଳରୁ ସାମାଜିକ କର୍ମୀ କୁରେଶୁ ମହାରଣା ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

ବ୍ଲକ ପରିସରରେ ଶିକ୍ଷାବିତ, ସମିତି ସଭ୍ୟ ହତାହାତି

ଡେରାବିଷ, ୨୨।୧୧ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଷ ବ୍ଲକ ପରିସରରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ଲକ ପରିସରରେ ସମିତି...

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri