ମଦ୍ୟପ ବାପାଙ୍କ ଉନ୍ମତ୍ତ କାଣ୍ଡ: ନାବାଳକ ପୁଅଙ୍କୁ ଛୁରିରେ କଲେ ଆକ୍ରମଣ

ହିଞ୍ଜିଳିକାଟୁ,୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଡିଙ୍ଗି ଗାଁରେ ବୁଧବାର ମଦନିଶାରେ ନାବାଳକ ପୁଅଙ୍କୁ ଛୁରିରେ ଆକ୍ରମଣ କରିଛନ୍ତି ବାପା। ଆକ୍ରମଣ ପରେ ଅଭିଯୁକ୍ତ ବାପା ଫେରାର ଅଛନ୍ତି। ହିଞ୍ଜିଳି ପୋଲିସ ଥାନାରେ ମାମଲା ରୁଜୁ କରି ଘଟଣାର ତଦନ୍ତ ସହ ଅଭିଯୁକ୍ତ ବାପାଙ୍କୁ ଗିରଫ ପାଇଁ ଉଦ୍ୟମ ଚଳାଇଛି।

ପ୍ରକାଶ ଯେ, ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ମନୋଜ ବେହେରା ବିଭିନ୍ନ ସମୟରେ ମଦ୍ୟପାନ କରି ସ୍ତ୍ରୀ ବାସନ୍ତୀଙ୍କ ସହ ଘରେ ଗଣ୍ଡଗୋଳ କରନ୍ତି। ଗତ ୭ ମାସ ପୂର୍ବେ ସ୍ବାମୀଙ୍କ ନିର୍ଯାତନା ସହ୍ୟ କରି ନ ପାରି ବାସନ୍ତୀ ୨ପୁଅ ଶିବ (୧୩) ଓ ସୁମନ(୧୦)ଙ୍କୁ ନେଇ ଭୁବନେଶ୍ୱର ଚାଲିଯାଇଥିଲେ। ସେଠାରେ ସେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ଗତ ଶନିବାର ମନୋଜ ଭୁବନେଶ୍ବରରେ ପହଞ୍ଚି ଭବିଷ୍ୟତରେ ପରିବାର ସହ କୌଣସି ଗଣ୍ଡଗୋଳ କରିବେ ନାହିଁ ବୋଲି ଜବାବ ରଖିଥିଲେ। ସ୍ବାମୀଙ୍କ ଉପରେ ଭରସା ରଖି ବାସନ୍ତୀ ୨ ପୁଅକୁ ନେଇ ଗତ ସୋମବାର ପୋଡିଙ୍ଗି ଗାଁକୁ ଫେରିଥିଲେ। ମଙ୍ଗଳବାର କୌଣସି କଥାକୁ କେନ୍ଦ୍ର କରି ପୁଣି ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିଥିଲା। ଏଥିରେ ମନୋଜ ଉତ୍ତ୍ୟକ୍ତ ହୋଇ ପରିବାରର ସମସ୍ତଙ୍କୁ ହତ୍ୟା ପାଇଁ ଧମକ ଦେଇଥିଲେ। ବୁଧବାର ସାନପୁଅ ସୁମନ ସାଙ୍ଗମାନଙ୍କ ସହ ଗାଁ ଦାଣ୍ଡରେ ଖେଳୁଥିଲେ। ସେହି ବାଟରେ ମନୋଜ ମଦ ନିଶାରେ ଚୂର ହୋଇ ହଠାତ୍‌ ସାନପୁଅ ସୁମନଙ୍କୁ ଏକ ଛୁରିରେ ଆକ୍ରମଣ କରିଥିଲେ। ଆକ୍ରମଣରେ ନାବାଳକ ପୁଅ ସୁମନ ରକ୍ତ ଜୁଡୁବୁଡୁ ହୋଇ ତଳେ ପଡ଼ିଯାଇଥିଲେ। ସାଙ୍ଗମାନେ ପାଟିତୁଣ୍ଡ କରିବାରୁ ମନୋଜ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ବାସନ୍ତୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ସୁମନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସୁମନଙ୍କ ମୁହଁ ଓ ଶରୀରର ବିଭିନ୍ନ ଅଂଶରେ ଆଘାତ ଲାଗିଛି। ସେ ଚିକିତ୍ସା ପରେ ବିପଦମୁକ୍ତ ଥିବା ଜଣାପଡିଛି। ଘଟଣା ନେଇ ବାସନ୍ତୀ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଥାନାରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ ପାଇଁ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri