ରାଜଧାନୀ ସିଆର୍‌ପି ଛକରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୬।୩(ବ୍ୟୁରୋ): ଦିନ ଦ୍ୱିପ୍ରହରରେ ରାଜଧାନୀ ରାଜରାସ୍ତାରେ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସିଆର୍‌ପିଏଫ୍‌ ଛକରେ ଘଟିଛି ଏହି ହତ୍ୟାକାଣ୍ଡ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି।

ଖବର ଅନୁଯାୟୀ, ଭୁବନେଶ୍ୱର ସିଆର୍‌ପିଏଫ୍‌ ଛକରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଗୋଡାଇ ଗୋଡାଇ ତାଙ୍କ ବେକକୁ ଭୁଜାଲି ଓ ଫାର୍ସାରେ ହାଣି ପକାଇଥିଲେ। ଗୁରୁତର ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା ପୋଲିସ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ତେବେ ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହେଉଯାଇଥିବା ବେଳେ ୨ଜଣଙ୍କୁ କାବୁ କରିଛନ୍ତି ସ୍ଥାନୀୟ ଲୋକେ । ପୋଲିସ ଉଭୟ ଯୁବକଙ୍କୁ ଅଟକ ରଖି ପଚାରାଉଚରା କରୁଛି। ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ଡିସିପିଙ୍କ ସମେତ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରାଜଧାନୀ ରାଜରାସ୍ତାରେ ଏପରି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

Share