କଇଁଛ ପାଇଁ କ୍ଷେପଣାସ୍ତ୍ର ପରୀକ୍ଷା ବନ୍ଦ

ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ): ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ(ଆଇଟିଆର୍‌)ରୁ ୩ ମାସ ମିସାଇଲ ବା କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରହିବ। ଲକ୍ଷାଧିକ ଅଲିଭ ରିଡ୍‌ଲେ କଇଁଛ ସେମାନଙ୍କ ବଂଶ ବୃଦ୍ଧି ପାଇଁ ଓଡ଼ିଶା ଉପକୂଳକୁ ବାଛିଥାନ୍ତି। ଏମାନଙ୍କ ସୁରକ୍ଷା ପାଇଁ ବାଲେଶ୍ବରରୁ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁରରୁ ଗଞ୍ଜାମ ଯାଏ ସମୁଦ୍ରକୂଳରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ମାଛଧରା ପାଇଁ ବାରଣ କରାଯାଇଥିବାବେଳେ ସେମାନଙ୍କ ଜୀବନଜୀବିକା ଲାଗି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେଣୁ ଚାନ୍ଦିପୁର ଅବଦୁଲ କଲାମ ଦ୍ୱୀପରେ ଜାନୁୟାରୀରୁ ମାର୍ଚ୍ଚ ଯାଏ କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରଖିବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ କହିଛନ୍ତି, ଅବଦୁଲ କଲାମ ଦ୍ୱୀପ ନିକଟରେ ଅଲିଭ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ସ୍ଥାନ। କ୍ଷେପଣାସ୍ତ୍ର ପରୀକ୍ଷଣ ବେଳେ ଶକ୍ତିଶାଳୀ ଆଲୋକ ଏବଂ ଭୟଙ୍କର ଶବ୍ଦ ହୋଇଥାଏ। ଫଳରେ କଇଁଛମାନେ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ସେଠାରେ ପରୀକ୍ଷଣ ବନ୍ଦ କରିବା ପାଇଁ କୁହାଯାଇଛି।

ସେହିଭଳି ଜଙ୍ଗଲ ବିଭାଗ ପକ୍ଷରୁ ସତର୍କ ଓ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ସମୁଦ୍ର କୂଳରେ ଲୋକଙ୍କ ଅଯଥା ଚଳପ୍ରଚଳ ଉପରେ ରୋକ୍‌ ଲଗାଯାଇଛି। ସୂଚନାଯୋଗ୍ୟ, ବିଶ୍ୱରେ ଅଲିଭ ରିଡ୍‌ଲେଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ଓଡ଼ିଶା ଉପକୂଳରେ ଏମାନେ ଲକ୍ଷ ଲକ୍ଷ ସଂଖ୍ୟାରେ ଆସି ଅଣ୍ଡାଦାନ କରିଥାନ୍ତି। ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ଅଲିଭ ରିଡ୍‌ଲେ କଇଁଛ ପ୍ରଜନନ ପାଇଁ ସର୍ବୋତ୍କୃଷ୍ଟ ସ୍ଥାନ ହୋଇଥିବା ବେଳେ କେନ୍ଦ୍ରାପଡ଼ାର ଗହୀରମଥା ସବୁଠୁ ନିରାପଦ ସ୍ଥାନ। ନଭେମ୍ବରରୁ ମାର୍ଚ୍ଚ ମଧ୍ୟରେ ଲକ୍ଷାଧିକ ଅଲିଭ ରିଡ୍‌ଲେ କଇଁଛ ଓଡ଼ିଶା ଉପକୂଳକୁ ଅଣ୍ଡାଦାନ ପାଇଁ ଆସିଥାନ୍ତି। ଜାନୁୟାରୀରୁ ମେ’ ଯାଏ ଅଣ୍ଡାଦାନ ପ୍ରକ୍ରିୟା ଚାଲିଥାଏ। ତେଣୁ ଏହି ପ୍ରକ୍ରିୟା ଯେପରି ବାଧାପ୍ରାପ୍ତ ନ ହେବ, ସେଥିପାଇଁ ଜଙ୍ଗଲ ବିଭାଗ ତତ୍ପରତା ଦେଖାଇଛି। ଏଥିସହ ବିଲୁପ୍ତ ପ୍ରାୟ ଏହି ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଅନେକ ପ୍ରତିଷେଧକ ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri