କୋଲକାତା,୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଭାଜପା ରାଜ୍ୟରୁ ଶାସକ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହଟାଇବା ପାଇଁ ଯୋଜନା ପ୍ରସ୍ତୁତ କରିଛି। ଏନେଇ ଭାଜପା ପକ୍ଷରୁ ରାଜ୍ୟରେ ପରିବର୍ତ୍ତନ ଯାତ୍ରା ଆରମ୍ଭ କରାଯାଉଛି। ରବିବାର ବ୍ରିଗେଡ଼ ପରେଡ଼ ପଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ପୂର୍ବରୁ ଅଭିନେତା ମିଥୁନ୍ ଚକ୍ରବର୍ତ୍ତୀ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଭାଜପାର ଜାତୀୟ ଜେନେରାଲ ସେକ୍ରେଟାରୀ କୈଳାସ ବିଜୟଭର୍ଗିୟ, ଉପାଧ୍ୟକ୍ଷ ମୁକୁଲ ରାୟ, ଶୁଭେନ୍ଦୁ ଅଧିକାରୀଙ୍କ ସମେତ ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ।