Advertisement

ଶଟ୍‌ ସର୍କିଟ୍‌ରୁ ଜଳିଗଲା ମିକ୍ସଚର୍‌ ଫ୍ୟାକ୍ଟ୍ରି; ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ ପୋଡ଼ି ପାଉଁଶ

ବାଲିଗୁଡ଼ା,୨୯।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ନୁଆସାହିରେ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ ଅଗ୍ନିକାଣ୍ଡ ଘଟିବାରୁ ୧୦ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି ।

ସୂଚନାନୁଯାୟୀ, ପ୍ରତିଦିନ ଭଳି ଶନିବାର ଦିନ ମଧ୍ୟ କାମ ସାରି ମାଲିକ ଅଶୋକ କୁମାର ସାହୁ ଫ୍ୟାକ୍ଟ୍ରି ବନ୍ଦ କରିଥିଲେ। ବିଳମ୍ବିତ ରାତିରେ ଫ୍ୟାକ୍ଟ୍ରି ସାମ୍ନାରେ ଥିବା ନିଜ ବାସ ଗୃହରୁ ବାହାରକୁ ଆସିଥିବା ବେଳେ ଫ୍ୟାକ୍ଟ୍ରିରୁ ଧୁଆଁ ଓ ନିଆଁ ବାହାରୁଥିବା ବିଷୟ ସେ ଦେଖି ଅଗ୍ନିଶମ ବାହିନୀକୁ ଜଣାଇଥିଲେ । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ। କିନ୍ତୁ ସେତେବେଳେକୁ ଫ୍ୟାକ୍ଟ୍ରି ଭିତରେ ଥିବା ମିକ୍ଚର ପାଇଁ ବ୍ୟବହୃତ କଞ୍ଚାମାଲ, ବିଭିନ୍ନ ମେସିନାରୀ ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା କହିଛନ୍ତି । ସେପଟେ ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ନେଇ ଅଗ୍ନିଶମ ବାହିନୀ ପକ୍ଷରୁ ସୂଚନା ମିଳିଛି ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share
Tags: baliguda