କଟକ ଅଫିସ,୧୦।୧୦: ଭିଜିଲାନ୍ସ କୋର୍ଟ ଦ୍ୱାରା କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ଙ୍କ ଦଣ୍ଡାଦେଶ ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି। ଏହାକୁ ନେଇ ସୋମବାର ହାଇକୋର୍ଟର ଶୁଣାଣି ହୋଇଛି। ଆସନ୍ତା ୧୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ କୋର୍ଟ ରହିତାଦେଶ ଜାରି କରିଛନ୍ତି ।
ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏହାସହ ପୂର୍ବତନ ଆଇଏଏସ ବିନୋଦ କୁମାର, ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।ଅନ୍ୟପଟେ, ହାଇକୋର୍ଟଙ୍କ ରାୟ ବିରୁଦ୍ଧରେ ଅପିଲ କରିବେ ବୋଲି ସେ କହିଥିଲେ।