ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଭୁବନେଶ୍ୱର,୫।୩: ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ମଙ୍ଗଳବାର ଇଡିରେ ହାଜର ହେଇଛନ୍ତି। କିଛିଦିନ ତଳେ ପ୍ରଫୁଲ୍ଲ ସାମଲ ମଧ୍ୟ ଇଡିରେ ହାଜର ହୋଇଥିଲେ। ତାଙ୍କୁ ଇଡି ପକ୍ଷରୁ ୮ ଘଣ୍ଟା ଧରି ଜେରା କରାଯାଇଥିଲା।
ବରପଦା ଇଞ୍ଜିନିୟରିଂ କଲେଜ ନାଁରେ ଏକ ସୋସାଇଟି ହୋଇଥିବା ବେଳେ ସେଥିରେ ହୋଇଥିବା ଦୁର୍ନୀତିରେ ପ୍ରୟାସକାନ୍ତି ସାମିଲ ଥିବା ଅଭିଯୋଗ ହୋଇଥିଲା। କଲେଜ କର୍ମଚାରୀମାନେ ଦରମା ପାଉ ନ ଥିବା ବେଳେ ଉକ୍ତ ଟଙ୍କାରେ ପ୍ରୟାସକାନ୍ତି ଦାମୀ ଗାଡି ଚଢୁଥିବା କର୍ମଚାରୀମାନେ ଅଭିଯୋଗ କରିଥିଲେ। ଏହାପରେ ଇଡି ଏହି ଘଟଣାର ଖୋଳତାଡ ଆରମ୍ଭ କରିଥିଲା।
ସୂଚନାଯୋଗ୍ୟ, କିଛି ଦିନ ତଳେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ ଜଣିଆ ଟିମ ଚଢାଉ କରିଥିଲା। ଭଦ୍ରକ ସହରର ୬ଟି ସ୍ଥାନରେ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଇଡି ଚଢାଉ କରିଥିଲା। ସେଥି ମଧ୍ୟରେ ଭୁବନେଶ୍ୱରର ପଳାସପଲ୍ଲୀରେ ଥିବା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରେ ବି ଚଢାଉ ହୋଇଥିଲା। ଚଢାଉ ବେଳେ ଇଡି ଟିମ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱରର ପଳାଶପଲ୍ଲୀ ଘରୁ ୧୦ ଲକ୍ଷ ଟଙ୍କା ସହ ଏକ ଫର୍ଚ୍ୟୁନର କାର୍‌ ଜବତ କରିଥିଲା।

 

Share