ବିଧାୟକ ପ୍ରତାପ ଜେନାଙ୍କ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ମାମଲା: ଆବେଦନ ଶୁଣାଣିରୁ ଓହରିଲେ ବିଚାରପତି

କଟକ,୧୬ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ପ୍ରତାପ ଜେନାଙ୍କ ପକ୍ଷରୁ ରୁଜୁ ରିଭିଜନ ପିଟିସନ ମାମଲାର ଶୁଣାଣି କରୁଥିବା ଖଣ୍ଡପୀଠ ଏଥିରୁ ଓହରି ଯାଇଥିବାରୁ ମୁଖ୍ୟ ବିଚାରପତିଙ୍କ ମାମଲା ବିଭାଗୀରକରଣ ପରେ ଅନ୍ୟ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ ବୋଲି ଜଣାଯାଇଛି।

ପ୍ରକାଶ ଯେ, ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ଜେନାଙ୍କୁ ବ୍ୟକ୍ତିଗତ ହାଜରା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ବ୍ୟକ୍ତିଗତ ହାଜରାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବା ସହ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ହାଇକୋର୍ଟରେ ଦାୟର କରିଥିଲେ। ଅକ୍ଟୋବର ୩୧ରେ ଦାୟର ପିଟିସନ୍‌ ନଭେମ୍ବର ୨ରେ ଶୁଣାଣି ହୋଇଥିଲା। ଏଥିରେ ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ହାଇକୋର୍ଟ ନୋଟିସ ଜାରି କରିଥିଲେ। ଏଥିସହ ହାଇକୋର୍ଟ ନିମ୍ନ ଅଦାଲତରୁ ରେକର୍ଡ ତଲବ କରିବା ସହ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ୨୦୨୧ ଜାନୁୟାରୀ ୨ ତାରିଖ ଦିନ ଭାଜପା ନେତା କୂଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ମାହାଙ୍ଗାରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ତତ୍‌କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା। ମାହାଙ୍ଗା ଥାନା ପୋଲିସ୍‌ ଏହି ହତ୍ୟା ମାମଲାର ଅଭିଯୋଗ ଫର୍ଦ୍ଦରୁ ପ୍ରତାପ ଜେନାଙ୍କ ନାମକୁ ବାଦ୍‌ ଦେଇଥିଲା। ବିଧାୟକଙ୍କୁ ନିମ୍ନ ଅଦାଲତରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଇଥିଲେ ବି ସେ ନିମ୍ନ ଅଦାଲତରେ ହାଜର ହୋଇ ନ ଥିଲେ। ସେ ନିଜ ଓକିଲଙ୍କ ମାଧ୍ୟମରେ ହାଜରେ ହେବାକୁ ଅନୁମତି ଲୋଡ଼ି ହାଇକୋର୍ଟରେ ଆବେଦନ କରିଥିଲେ। ନିଜର ସ୍ବାସ୍ଥ୍ୟଗତ କାରଣରୁ ସେ ବ୍ୟକ୍ତିଗତ ଭାବେ ଉପସ୍ଥିତ ହେବାକୁ ଅକ୍ଷମ ଦର୍ଶାଇ ନିମ୍ନ ଅଦାଲତରେ ନିଜ ଓକିଲଙ୍କ ମାଧ୍ୟମରେ ହାଜର ହେବାକୁ ହାଇକୋର୍ଟ ଅନୁମତି ଦେବା ନିମନ୍ତେ ସେ ପ୍ରାର୍ଥନା କରିଥିଲେ। ଅପରପକ୍ଷରେ ବିଧାୟକ ଜେନାଙ୍କ ପକ୍ଷରୁ ସିଆରପିସିର ଧାରା ୨୦୫ରେ ଏକ ପିଟିସନ୍‌ ସାଲେପୁର ଜେଏମଏଫସି ଅଦାଲତରେ ଦାଖଲ କରାଯାଇଛି। ସେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଅଧିନରେ ଚିକିତ୍ସିତ ହେଉଛନ୍ତି ବୋଲି ସେଥିରେ ଦର୍ଶାଇଛନ୍ତି। ତାଙ୍କ ଆବେଦନକୁ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ବିରୋଧ କରାଯିବା ପରେ ନିମ୍ନ ଅଦାଲତ ସେପ୍ଟେମ୍ବର ୨୫ରେ କଗନିଜାନ୍ସ ଗ୍ରହଣ କରିଥିଲେ। ଫଳରେ ବିଧାୟକ ଜେନା ତାଙ୍କ ନାମକୁ ଏହି ମାମଲାରୁ ବାଦ୍‌ ଦେବା ସହ ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିବା ପାଇଁ ହାଇକୋର୍ଟରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri