ଜିଲା ମୁଖ୍ୟ ଚିକିତ୍ସାଳୟରେ ହଠାତ୍‌ ପହଞ୍ଚିଲେ ବିଧାୟକ, ଦେଲେ ବଡ଼ ପ୍ରତିଶ୍ରୁତି

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା)୯।୧: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବୁଧବାର ବିଳମ୍ବିତ ରାତିରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଅଚାନକ ଗସ୍ତ କରିଛନ୍ତି। ଗସ୍ତ କରି ଚିକିତ୍ସାଳୟ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ବୁଝି ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଏଥିସହ ସେମାନଙ୍କୁ ସଠିକ୍‌ ଚିକିତ୍ସା ଯୋଗାଇ ଦେବା ପାଇଁ ଚିକିତ୍ସକମାନଙ୍କୁ ପରାମର୍ଶ ଦେଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରି ରୋଗୀଙ୍କୁ କିପରି ଉନ୍ନତ ମାନର ଖାଦ୍ୟ, କିପରି ଉନ୍ନତ ମାନର ଚିକିତ୍ସା ଦିଆଯିବ ଓ
ଚିକିତ୍ସାଳୟର ବ୍ୟବସ୍ଥା ଏବଂ ସମସ୍ୟାକୁ ନେଇ କଥା ହୋଇଛନ୍ତି। ଏପରିକି ଚିକିତ୍ସାଳୟରେ ଥିବା ଡାକ୍ତର ଅଭାବକୁ କିପରି ଦୂର କରି ନୂତନ ଡାକ୍ତର ଜିଲାକୁ ଆସିବେ ସେହି ବିଷୟରେ ସ୍ବାସ୍ଥ୍ୟ ବିଭାଗକୁ ଜଣାଇବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…

ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ...

ଥରାଉଛି ଶୀତ: ସନ୍ଧ୍ୟା ହେଲେ ଘରୁ ବାହାରିବା ହେଉଛି ମୁସ୍କିଲ

ରାଇକିଆ,୯।୨(ପ୍ରଦୀପ ବେହେରା): ବିଳମ୍ବରେ ହେଲେ ମଧ୍ୟ କନ୍ଧମାଳ ଜିଲାରେ ଶୀତର ପ୍ରଭାବ ଦେଖାଇବା ଆରମ୍ଭ କରିଛି । ଗତ କିଛି ଦିନ ହେଲା ତାପମାତ୍ରା ଖସୁଥିବା...

ଜଳିଗଲା ଯାତ୍ରୀବାହୀ ବସ୍‌

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତି ପ୍ରାୟ ୯ଟାରେ ଏକ...

୫ ବର୍ଷ ପରେ ଆସିଲା ନାବାଳିକ ବଳାତ୍କାର ମାମଲାର ରାୟ

ଭବାନୀପାଟଣା,୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୧୯ରେ ହୋଇଥିବା ଜଣେ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ...

ନିଜକୁ ନିଜେ ଗୁଳି କଲେ ଯବାନ

ରାଉରକେଲା,୯।୧: ରାଉରକେଲାରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରିଛନ୍ତି ଜଣେ ସିଆଇଏସ୍‌ଏଫ୍‌ ଯବାନ। ତାଙ୍କୁ ଗୁରୁତର ଅବସ୍ଥାରେ...

ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କଲା ପ୍ରେମିକ, ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ

ନିଶ୍ଚିନ୍ତକୋଇଲି,୯।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପ୍ରେମିକାର ଅନ୍ତରଙ୍ଗ ମୂହୁର୍ତର ଫଟୋକୁ ସାମାଜିକ ଗଣ...

ନୂଆ ଆଶା ଦେଖାଇଛି ଲେମନ ଗ୍ରାସ ଚାଷ

ରାଇକିଆ,୯।୧(ପ୍ରଦୀପ ବେହେରା): ଲେମନ ଗ୍ରାସ ଚାଷ ପ୍ରତି ବଢୁଛି ଆଗ୍ରହ। ଦୀର୍ଘ ବର୍ଷ ଧରି ରାସାୟନିକ ସାର ଦେଇ ପାରମ୍ପରିକ ଭାବେ ଫୁଲକୋବି ଚାଷ କରିଆସୁଥିବା...

ପିକଅପ ଭ୍ୟାନ ଧକ୍କାରେ ବାଇକ୍ ଚାଳକ ମୃତ 

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପୋଲିସ ଥାନା ନିକଟରେ ଗୁରୁବାର ମଧ୍ୟାହ୍ନରେ ପିକଅପ ଭ୍ଯାନ (ନଂ. ଓଡ଼ି୦୭ ଆର –...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri