ବାସୁଦେବପୁର/ପଦ୍ମପୁର,୭।୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ତୃତୀୟ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ବିଧାୟକଙ୍କ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟ କରୋନା ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେଶନରେ ଅଛନ୍ତି। ବିଧାୟକଙ୍କ ପ୍ରତିନିଧି ଅସିତ୍ କୁମାର ଦାସ ସୋସିଆଲ ମିଡିଆ ମାଧ୍ୟମରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରକାଶ ଥାଉକି, ଗତବର୍ଷ ବିଧାୟକ ରାଉତରାୟ ଦୁଇଥର କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ନିକଟରେ ତାଙ୍କ ବାପା ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ସଂକ୍ରମିତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।