ଆଜିଠୁ ରାଉରକେଲାର ୬ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର, ୧ା୪ (ବ୍ୟୁରୋ): ଶନିବାର ଓଡ଼ିଶା ଦିବସଠାରୁ ରାଉରକେଲାର ୬ଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ଚଳାଚଳର ଶୁଭାରମ୍ଭ ହେବ। କ୍ରୁଟ୍‌ର ସୂଚନାନୁସାରେ, ରୁଟ୍‌ ନଂ.୧୧୦ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-କାଲୁଙ୍ଗା (ଭାୟା ରଘୁନାଥପଲ୍ଲୀ), ରୁଟ୍‌ ନଂ.୧୧୩ରେ ରାଉରକେଲା ନୂଆ ବସଷ୍ଟାଣ୍ଡ୍‌-ଉସ୍ରା (ଭାୟା ଏନ୍‌ଏଚ୍‌), ରୁଟ୍‌ ନଂ.୧୧୪ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ନୂଆଗାଁ (ଭାୟା ହାତୀବାରି), ରୁଟ୍‌ ନଂ.୧୧୫ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ପୋତାବ (ଭାୟା ହାତୀବାରି), ରୁଟ୍‌ ନଂ.୧୧୬ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ଲୋରାମ୍‌ (ଭାୟା-ଏନ୍‌ଆଇଟି, ଜଗଦା ଛକ, ଖୁଟାଗାଁ, ସୋରଡ଼ା), ରୁଟ୍‌ ନଂ.୧୧୭ରେ ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡ୍‌-ଜରେଇକେଲା (ଭାୟା-ବଣ୍ଡମୁଣ୍ଡା, ବିସ୍ରା) ମଧ୍ୟରେ ନୂତନ ମୋ ବସ୍‌ ସେବା ଆରମ୍ଭ ହେବ। ଏ ସମ୍ପର୍କରେ କ୍ରୁଟ୍‌ର ଏମ୍‌ଡି ବିଜୟ ଅମୃତ କୁଲାଙ୍ଗେ କହିଛନ୍ତି, ରାଉରକେଲାର ନାଗରିକଙ୍କଠାରୁ ବହୁ ସଂଖ୍ୟାରେ ଅନୁରୋଧ ପାଇବା ପରେ କ୍ରୁଟ୍‌ ପକ୍ଷରୁ ଏସବୁ ନୂଆ ରୁଟ୍‌ର ଶୁଭାରମ୍ଭ କରିବାକୁ ନିଷ୍ପତି ନିଆଯାଇଛି। ସହରରେ ମୋ ବସ୍‌କୁ ଗମନାଗମନର ସବୁଠୁ ପସନ୍ଦର ମାଧ୍ୟମରେ ପରିଣତ କରିବାକୁ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି। ସେହିପରି ନୂଆ ରୁଟ୍‌ ଦ୍ୱାରା ରାଉରକେଲାର ଲୋକମାନେ ଉପକୃତ ହେବେ ବୋଲି କ୍ରୁଟ୍‌ ଜିଏମ୍‌ ଦୀପ୍ତି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri