ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୫।୯: ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ। ଏହାର ନାମ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏମିତି ୫ଶହ ସ୍କୁଲ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ହେବ। ଏନେଇ ବଜେଟରେ ବ୍ୟବସ୍ଥା ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସ୍କୁଲରେ ଏମିତି ବ୍ୟବସ୍ଥା କରାଯିବ ଯେମିତି ପିଲାମାନେ ପ୍ରାଇଭେଟ ସ୍କୁଲକୁ ନଯାଇ ସମସ୍ତେ ଆସିବାକୁ ଇଚ୍ଛା ପ୍ରକାଶ କରିବେ।

ଗୁରୁଦିବସ ଅବସରରେ ଦେଇଥିବା ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାମୀ ବିବେକାନନ୍ଦ ମୋର ଆଦର୍ଶ । ସମାଜ ନିର୍ମାଣ, ସଂସ୍କାରରେ ଗୁରୁମାନଙ୍କ ଗୁରୁଭୂମିକା ରହିଛ। ଗୁରୁମାନଙ୍କୁ ସର୍ବଦା ଭକ୍ତିର ସହ ସ୍ମରଣ କରିବାକୁ ସେ ପରାମର୍ଶ ଦେଇଛନ୍ତି। ମୁଖମନ୍ତ୍ରୀକହିଛନ୍ତି, ବାପା, ମାଙ୍କ ପରେ ଗୁରୁ ହେଉଛନ୍ତି ଆମର ଆରାଧ୍ୟ ଦେବତା। ଶିକ୍ଷା ବ୍ୟବସ୍ଥା ହେଉଛି ତ୍ରିଭୁଜ ସଦୃଶ।ଛାତ୍ର, ଶିକ୍ଷକ ଏବଂ ଅଭିଭାବକ ଏହି ତ୍ରିଭୁଜର ତିନି ବାହୁ। ତିନି ବାହୁ ଏକାଠି ହେଲେ ଜଣେ ଛାତ୍ର ଜୀବନ ସୁସଂଗଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri