Posted inଜାତୀୟ

ମୋଦି ୩.୦: ୩୯% ମନ୍ତ୍ରୀଙ୍କ ନାଁରେ ମାମଲା, ୨ ମନ୍ତ୍ରୀ ହତ୍ୟା ଅଭିଯୁକ୍ତ

ନୂଆଦିଲ୍ଲୀ, ୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର କ୍ୟାବିନେଟ୍‌ରେ ୨୮ ଜଣ ମନ୍ତ୍ରୀଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ୍‌(ଏଡିଆର୍‌) ରିପୋର୍ଟରେ ପ୍ରକାଶ ପାଇଛି। ସେମାନଙ୍କ ମଧ୍ୟରୁ ୧୯ ଜଣ ମନ୍ତ୍ରୀଙ୍କ ବିରୋଧରେ ହତ୍ୟା ଉଦ୍ୟମ, ମହିଳାଙ୍କ ପ୍ରତି ଅପରାଧ, ହେଟ୍‌ ସ୍ପିଚ୍‌ ଆଦି ଗମ୍ଭୀର ଆପରାଧିକ ମାମଲା ରହିଛି। ବନ୍ଦର, ପରିବହନ ଏବଂ ଜଳମାର୍ଗ ରାଷ୍ଟ୍ରମନ୍ତ୍ରୀ ଶାନ୍ତନୁ ଠାକୁର ଏବଂ ଉତ୍ତର ପୂର୍ବାଞ୍ଚଳ ବିକାଶ ଓ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁକାନ୍ତ ମଜୁମଦାରଙ୍କ ନାଁରେ ଭାରତୀୟ ଦଣ୍ଡ ସଂହିତା(ଆଇପିସି)ର ଧାରା ୩୦୭ ଅନୁଯାୟୀ ହତ୍ୟା ଉଦ୍ୟମ ମାମଲା ରହିଛି। ସେହିପରି ମୋଦି ୩.୦ କ୍ୟାବିନେଟରେ ଥିବା ୫ ମନ୍ତ୍ରୀଙ୍କ ନାଁରେ ମହିଳାଙ୍କ ପ୍ରତି ଅପରାଧ ମାମଲା ରହିଛି। ସେମାନେ ହେଉଛନ୍ତି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାର, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଶାନ୍ତନୁ ଠାକୁର ଏବଂ ସୁକାନ୍ତ ମଜୁମଦାର। ଅନ୍ୟପକ୍ଷରେ ଏହି ମନ୍ତ୍ରିମଣ୍ଡଳର ୮ ଜଣ ମନ୍ତ୍ରୀଙ୍କ ନାଁରେ ହେଟ୍‌ ସ୍ପିଚ୍‌ ମାମଲା ରହିଥିବାବେଳେ ସମୁଦାୟ ୩୯% ମନ୍ତ୍ରୀଙ୍କ ନାଁରେ ଆପରାଧିକ ମାମଲା ଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୭୧ ଜଣ କେନ୍ଦ୍ର ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାବିକାଶ ଆଘାଡିରେ ଛିଡିଲା ଭାଗବଣ୍ଟା; ଏତିକି ଏତିକି ଆସନରେ ଲଢ଼ିବେ ସମସ୍ତ ଦଳ

ମୁମ୍ବାଇ,୨୩।୧୦:  ମହାରାଷ୍ଟ୍ର ନିର୍ବାଚନ ପାଇଁ ଆଉ କିଛି ସମୟ ବାକି ଅଛି ଏବଂ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ଆରମ୍ଭ ହୋଇଛି। ସେପଟେ ରାଜ୍ୟରେ ବିରୋଧୀ...

୫ ବର୍ଷ ପରେ ମୋଦି-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ପ୍ରଥମ ଆଲୋଚନା

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ...

ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରିୟଙ୍କାଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୋନିଆ ଗାନ୍ଧୀ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୩।୧୦: ବୁଧବାର ୨୩ ଅକ୍ଟୋବର ୨୦୨୪ରେ କେରଳର ୱାୟନାଡ ଲୋକ ସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ...

ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…

ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ...

ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…

ଥିରୁଭାନନ୍ତପୁରମ୍‌,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର...

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଜାରି କଲା ପ୍ରାର୍ଥି ତାଲିକା, ବାରାମତିରୁ ଲଢିବେ ଅଜିତ ପାଓ୍ବାର

ମୁମ୍ବାଇ,୨୩।୧୦: ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ବୁଧବାର ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ୩୮ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି।...

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’ କହିଲେ ଯୁବକ: ଜାଣନ୍ତୁ କ’ଣ କରିଥିଲେ ଦୋଷ

ଭୋପାଳ, ୨୩।୧୦:ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri