Posted inଜାତୀୟ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଅଣ୍ଟା ଭିଡିଲେଣି ଷ୍ଟାର ପ୍ରଚାରକ

ପାଟନା,୩ ।୧୧: ବିହାର ବିଧାନସଭା ନିର୍ବାଚନ ଉପରେ ସାରା ଦେଶର ନଜର । ଗୋଟିଏ ପଟେ ମଙ୍ଗଳବାର ଏଠାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ ନରେନ୍ଦ୍ର ମୋଦି ଓ କଂଗ୍ରେସର ଷ୍ଟାର ପ୍ରଚାରକ ରାହୁଲ ଗାନ୍ଧୀ ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଲିର ଆୟୋଜନ କରିଛନ୍ତି । ଏଥିରେ ସେମାନେ ନିଜ ନିଜ ସମର୍ଥକଙ୍କ ପାଇଁ ଭୋଟରଙ୍କ ନିକଟତର ହେବେ । ମୋଦି ଅରରିୟା ଓ ସହରସାରେ ଅନୁଷ୍ଠିତ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ରାହୁଲ କଟିହାର ଓ କିଶନଗଞ୍ଜରେ ଆୟୋଜିତ ରାଲିରେ ଯୋଗ ଦେବେ । ଏସବୁ ଜିଲାରେ ତୃତୀୟ ପର୍ଯ୍ୟାୟରେ ଅର୍ଥାତ୍ ନଭେମ୍ବର ୭ରେ ଭୋଟ ଗ୍ରହଣ କରାଯିବ । ମୋଦିଙ୍କର ଏହା ଶେଷ ରାଲି ବୋଲି କୁହାଯାଉଥିବା ବେଳେ ରାହୁଲ କିନ୍ତୁ ୪ ତାରିଖରେ ପୁଣି ଏକ ରାଲିରେ ଯୋଗ ଦେବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ

ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

The Bird Suicide Valley: ଦୁଷ୍ଟ ଆତ୍ମା ନା ଅନ୍ୟକିଛି, ଏଇ ଗାଁରେ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା

ଆସାମର ଜାଟିଙ୍ଗା ନାମକ ଏକ ଛୋଟ ଗାଁରେ ପ୍ରତିବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଏକ ଅଜଣା ଘଟଣା ଘଟିଥାଏ। ଏହି ସମୟରେ ବିଭିନ୍ନ ପ୍ରଜାତିର...

ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ...

ଦିଗପହଣ୍ଡିରେ ଶ୍ରୀରାମ ନବମୀ ଯାତ୍ରା ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି କମାସାହିଠାରେ ବିଜେ ଶ୍ରୀବାଲାଜୀ ଏବଂ ଠାକୁରାଣୀ ଛକରେ ବିଜେ ଶ୍ରୀ ରଘୁନାଥଙ୍କ ପବିତ୍ର ରାମନବମୀ ଯାତ୍ରା ମହୋତ୍ସବ ଶୁକ୍ରବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image