Posted inଜାତୀୟ

ନାଁ ନ ନେଇ ଦିଦିଙ୍କ ଉପରେ ବର୍ଷିଲେ ମୋଦି

ଜଲଗାଁଓ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅଗଷ୍ଟ ୨୫) ମହାରାଷ୍ଟ୍ରର ଜଲଗାଓଁରେ ଏକ ରାଲିରେ ଉଦବୋଧନ ଦେଇ କୋଲକାତା ବଳାତ୍କାର-ହତ୍ୟା ମାମଲାରେ ନାଁ ନ ନେଇ ମହଳାଙ୍କ ସହ ଅପରାଧ କରୁଥିବା ଲୋକଙ୍କୁ ଚେତାବନୀ ଦେଇଛନ୍ତି। ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଅପରାଧୀଙ୍କୁ ସାହାଯ୍ୟ କରୁଥିବା ଲୋକଙ୍କୁ ଛାଡି ଦିଆଯିବ ନାହିଁ। ପ୍ରଧାନମନ୍ତ୍ରୀ ମୋଦି ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କୁ ଇସାରା ଦେଇ କହିଛନ୍ତି ଯେ ସମସ୍ତଙ୍କ ହିସାବ କରାଯିବ ଏବଂ ଏହି ବାର୍ତ୍ତା ଉପରୁ ତଳ ପର୍ଯ୍ୟନ୍ତ ଅତି ସ୍ପଷ୍ଟ ଭାବରେ ପହଞ୍ଚିବା ଉଚିତ।
କୋଲକାତା ବଳାତ୍କାର ମାମଲାରେ ମମତା ସରକାରଙ୍କ ଉପରେ ପ୍ରଶ୍ନ ଉଠିଛି। ପଶ୍ଚିମବଙ୍ଗ ପୋଲିସର ବ୍ୟବସ୍ଥା ଉପରେ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହି କାରଣରୁ ପ୍ରଧାନମନ୍ତ୍ରୀ ମୋଦି ମହାରାଷ୍ଟ୍ରରୁ ବଙ୍ଗୀୟ ଅଧିକାରୀ ତଥା ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ମହିଳାଙ୍କ ପ୍ରତି ହେଉଥିବା ଅପରାଧ ଏପରି, ଯେଉଁଥିପାଇଁ କୌଣସି କ୍ଷମା ପ୍ରାର୍ଥନା କରାଯାଇପାରିବ ନାହିଁ।
ସୂଚନାଯୋଗ୍ୟ, ଏବେ ସାରା ଦେଶରେ କୋଲକତା ଟ୍ରେନି ଡାକ୍ତର ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଛି। ଏହା ସହ ତ୍ୱରିତ ନ୍ୟାୟ ପାଇଁ ବି ଦାବି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri