Posted inଜାତୀୟ

ଚାଇନାକୁ କଡା ବାର୍ତ୍ତା ଦେଲେ ମୋଦି, କହିଲେ ଆମେ ବିକାଶର ସମର୍ଥନ କରୁଛୁ…

ନୂଆଦିଲ୍ଲୀ,୨।୮: ଭାରତ ଏବଂ ଭିଏତନାମ ଗୁରୁବାର ସେମାନଙ୍କର ରଣନୀତିକ ସମ୍ପର୍କ ବିସ୍ତାର କରିବାକୁ ଏକ କାର୍ଯ୍ୟ ଯୋଜନାକୁ ଅନୁମୋଦନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ନିୟମ ଆଧାରିତ ଇଣ୍ଡୋ-ପାସିଫିକ ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ଏବଂ ଭାରତ ବିସ୍ତାରକୁ ନୁହେଁ, ବିକାଶକୁ ସମର୍ଥନ କରେ ବୋଲି ଜୋର ଦେଇଥିଲେ।
ଏହି ଅଞ୍ଚଳରେ ଚାଇନା ସାମରିକ ଆଭିମୁଖ୍ୟକୁ ନେଇ ମୋଦିଙ୍କ ମନ୍ତବ୍ୟ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭିଏତନାମ ପ୍ରଧାନମନ୍ତ୍ରୀ ଫାମ ମିନ ଚିନହଙ୍କ ମଧ୍ୟରେ ଆଲୋଚନା ପରେ ଉଭୟ ପକ୍ଷ ୬ଟି ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷର କରିଛନ୍ତି ଏବଂ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଆଉ ତିନୋଟି ଡକ୍ୟୁମେଣ୍ଟ ଚୂଡ଼ାନ୍ତ କରିଛନ୍ତି। ଦକ୍ଷିଣ-ପୂର୍ବ ଏସୀୟ ଦେଶର ସାମୁଦ୍ରିକ ସୁରକ୍ଷାକୁ ଦୃଢ କରିବା ପାଇଁ ଭିଏତନାମକୁ ଭାରତ ୩୦୦ ମିଲିୟନ ଆମେରିକୀୟ ଡଲାରର କ୍ରେଡିଟ ପ୍ରଦାନ କରିବ ବୋଲି ମଧ୍ୟ ନିଷ୍ପତ୍ତି ନିଆଯାଇଛି।
ଡିଜିଟାଲ ପେମେଣ୍ଟ କନେକ୍ଟିଭିଟି ଆରମ୍ଭ କରିବାକୁ ଦୁଇ ଦେଶର କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଚିନହ ତିନି ଦିନିଆ ଗସ୍ତରେ ମଙ୍ଗଳବାର ରାତିରେ ଦିଲ୍ଲୀରେ ପହଞ୍ଚିଥିଲେ। ତାଙ୍କ ଗସ୍ତର ଉଦ୍ଦେଶ୍ୟ ହେଉଛି ଦୁଇ ଦେଶ ମଧ୍ୟରେ ବ୍ୟାପକ ରଣନୀତିକ ସମ୍ପର୍କକୁ ଆହୁରି ଆଗକୁ ବଢାଇବା।
ଭିଏତନାମ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଏକ ମୁକ୍ତ, ଖୋଲା, ନିୟମ ଭିତ୍ତିକ ତଥା ସମୃଦ୍ଧ ଇଣ୍ଡୋ-ପାସିଫିକ ପାଇଁ ଆମେ ଆମର ସହଯୋଗ ଜାରି ରଖିବୁ। ଆତଙ୍କବାଦ ଏବଂ ସାଇବର ସୁରକ୍ଷା ସମସ୍ୟାର ମୁକାବିଲା ପାଇଁ ଉଭୟ ପକ୍ଷ ସହଯୋଗକୁ ମଜବୁତ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri