Posted inଜାତୀୟ

ମୋଦି ୪୨୧ଥର ମନ୍ଦିର-ମସଜିଦ, ୨୨୪ ଥର ମୁସଲମାନ-ପାକିସ୍ତାନର ନାମ ନେଇଛନ୍ତି: ଖାର୍ଗେ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ କଂଗ୍ରେସ ଭାଜପାକୁ ଟାର୍ଗେଟ କରିଛି। ସପ୍ତମ ପର୍ଯ୍ୟାୟ ଅଭିଯାନ ଶେଷ ହେବାର କିଛି ଘଣ୍ଟା ପୂର୍ବରୁ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଭାଜପା ଏବଂ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଥିଲେ। ସେ କହିଛନ୍ତି, ଯଦି ଆମେ ଭାଜପାର ଅଭିଯାନ ବିଷୟରେ ଆଲୋଚନା କରିବା, ତେବେ ଗତ ୧୫ ଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଷଣରେ ୨୩୨ଥର କଂଗ୍ରେସର ନାମ ଉଲ୍ଲେଖ କରିଛନ୍ତି। ଏହି ସମୟରେ ସେ ନିଜ ନାମ ‘ମୋଦି’ ୭୫୮ଥର ନେଇଥିଲେ।
କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି ଯେ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି ୫୭୩ ଥର ଇଣ୍ଡିଆ ମେଣ୍ଟ ଏବଂ ବିରୋଧୀ ଦଳ ବିଷୟରେ କହିଥିଲେ, କିନ୍ତୁ ମୁଦ୍ରାସ୍ଫୀତି ଏବଂ ବେକାରୀ ବିଷୟରେ କୌଣସି ଶବ୍ଦ କହି ନାହାଁନ୍ତି। ସେ କହିଛନ୍ତି, ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ୪୨୧ ଥର ମନ୍ଦିର, ମସଜିଦ ଏବଂ ସମାଜ ବିଭାଜନ ବିଷୟରେ କହିଥିଲେ। ସେ ୨୨୪ ଥର ମୁସଲମାନ, ସଂଖ୍ୟାଲଘୁ ଏବଂ ପାକିସ୍ତାନ ଭଳି ଶବ୍ଦ ମଧ୍ୟ ବ୍ୟବହାର କରିଥିଲେ, କିନ୍ତୁ ନିର୍ବାଚନ ଆୟୋଗ ଏହା ଉପରେ କୌଣସି ପଦକ୍ଷେପ ନେଇ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri