ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ବିରୋଧୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, ଭ୍ରଷ୍ଟାଚାର ବିରୋଧୀ ନୀତି ଦେଖି ମୋତେ ତଡ଼ିବାକୁ ବସିଛନ୍ତି। ସ୍ବାଧୀନତାର ଏତେ ବର୍ଷ ପରେ ବି ଓଡ଼ିଶା ଲୋକେ ଗରିବ ରହିଛନ୍ତି। ଏଠାରେ ମହାନଦୀ, ହୀରାକୁଦ ପରିି ଜଳ ସମ୍ପଦ ରହିଛି। ତେବେ ଧାନକୁ ରୋଗରୁ ମୁକ୍ତ ପାଇଁ ରାଜ୍ୟ ବ୍ୟବସ୍ଥା କରି ନାହିଁ। ଏମ୍‌ଏସ୍‌ପି ବଢ଼ାଯାଇଛି। ସେ ଲାଭ ରାଜ୍ୟ ଚାଷୀଙ୍କୁ ଦେଉ ନାହିଁ। ଏଠାରେ କିଷାନରେ ଚାଷୀମାନେ ଲାଭ ପାଉ ନାହାନ୍ତି। ଆହୁରି ମଧ୍ୟ େମୋଦି କହିଛନ୍ତି, ଓଡ଼ିଶାରେ ବି ଭାଜପା ସରକାର ହେବା ଜଣାପଡ଼ିଯାଇଛି। ଆମ ଦେଶରେ ପ୍ରାକୃତିକ ସମ୍ପଦର ଅଭାବ ନାହିଁ। ତାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରିବାର ଅଭାବ ରହିଥିଲା। ଦିଲ୍ଲୀକୁ ଆସୁଥିବା ଟଙ୍କା ଲୋକଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚୁ ନ ଥିଲା। ଦିଲ୍ଲୀରୁ ୧ ଟଙ୍କା ଆସିଲେ ୮୫ ପଇସା ଦଲାଲ ନେଇଯାଉଥିଲା। ସ୍ବାଧୀନତା ପରଠାରୁ ଏ ଭ୍ରଷ୍ଟାଚାର ଚାଲିଥିଲା, କେହି ରୋକୁ ନ ଥିଲେ। ମୋଦି ଆସିବା ପରେ ଏ ଭ୍ରଷ୍ଟାଚାର ବନ୍ଦ ହୋଇଯାଇଛି। ଦିଲ୍ଲୀରୁ ୧ ଟଙ୍କା ଆସିଲେ, ସବୁ ଟଙ୍କା ଲୋକଙ୍କ ପାଇଁ ଖର୍ଚ୍ଚ ହେଉଛି ବୋଲି ମୋଦି କହିଛନ୍ତି। ପୁଣି ମୋଦି ସରକାର ଆସିଲେ ଚାଷୀଙ୍କ ଖାତାକୁ ସିଧା ଟଙ୍କା ଯିବ। କୌଣସି ଦଲାଲ ଚାଷୀଙ୍କ ଟଙ୍କାରେ ହାତ ମାରିପାରିବେ ନାହିଁ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି ଯେ, ଯାହାର କେବଳ ପିସିରେ ମନ, ତାଙ୍କର ଆପଣମାନଙ୍କ କଥା କେମିତି ମନେ ପଡିବ। ଚିଟଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମେତି ଆପଣଙ୍କ କଥା ବୁଝିବେ ବୋଲି ମୋଦି କହିଛନ୍ତି।