Posted inଜାତୀୟ

ମୁଣ୍ଡରୁ ପାଦ ଯାଏ ଦୁର୍ନୀତିରେ ବୁଡି ରହିଛନ୍ତି ମୋଦି: କେଜରିଓ୍ବାଲ…

ନୂଆଦିଲ୍ଲୀ,୫।୧୦ : ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ସଞ୍ଜୟ ସିଂଙ୍କୁ ଗିରଫ କରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଅରବିନ୍ଦ କେରିୱାଲ ତାଙ୍କ ବାସଭବନ ପରିଦର୍ଶନ କରିଥିଲେ। ୧୦ ଘଣ୍ଟିଆ ଚଢ଼ାଉ ପରେ ରାଜ୍ୟସଭା ଏମପିଙ୍କୁ ଗିରଫ କରିବା ପରେ କେଜ୍ରିୱାଲ ସଞ୍ଜୟ ସିଂଙ୍କ ପିତା, ତାଙ୍କ ସ୍ତ୍ରୀ ଏବଂ ଅନ୍ୟ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ସଞ୍ଜୟ ସିଂଙ୍କ ପରିବାରକୁ ଭେଟିବା ପରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରି ସେ କହିଛନ୍ତି ସ୍ବାଧୀନତା ପରଠାରୁ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ସବୁଠାରୁ ଦୁର୍ନୀତିଗ୍ରସ୍ତ ପ୍ରଧାନମନ୍ତ୍ରୀ। ମୁଣ୍ଡରୁ ପାଦ ଯାଏ ସେ ଦୁର୍ନୀତିରେ ବୁଡି ରହିଛନ୍ତି।

ଏଏପି ଏକ ସଚ୍ଚୋଟ ଦଳ। ଆମେ ସମସ୍ତେ ଜାଣୁ ସଚ୍ଚୋଟତାର ରାସ୍ତା କଷ୍ଟସାଧ୍ୟ । ଯଦି ଆମେ ସେମାନଙ୍କ ପରି ଅସାଧୁ ହୋଇଯିବୁ ତେବେ ଆମର ସମସ୍ତ ସମସ୍ୟାର ସମାଧାନ ହୋଇଯିବ। ଏହି ମଦ ମାମଲାରେ ୧୦୦୦ ରୁ ଅଧିକ ଚଢ଼ାଉ କରାଯାଇଥିଲା। ଅନେକ ଲୋକଙ୍କୁ ଗିରଫ କରାଯାଇଛି କିନ୍ତୁ ସେମାନେ ଗୋଟିଏ ପଇସା ମଧ୍ୟ ଇଡି ଜବତ କରିପାରି ନାହିଁ।

ବିରୋଧୀଦଳର ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ଗଠନ ପରେ ମୋଦି ନିରାଶ ହୋଇଛନ୍ତି। ଇଡି ଅଧିକାରୀ ସଞ୍ଜୟଙ୍କ ପୁରା ଘରେ ଖୋଜାଖୋଜି କରିଥିଲେ ମଧ୍ୟ କିଛି ମିଳି ନ ଥିଲା ପରେ ସନ୍ଧ୍ୟାରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ବାଚନ ପାଖେଇ ଆସୁଛି ତେଣୁ ମୋଦି ଏଭଳି କରୁଛନ୍ତି। ସେ ୨୦୨୪ ପର୍ଯ୍ୟନ୍ତ ଅନେକ ଲୋକଙ୍କୁ ଗିରଫ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri