Posted inଜାତୀୟ

ମୋଦି ବହୁତ ଶକ୍ତିଶାଳୀ, ହେଲେ ଭାଗବାନ ନୁହେଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୨୬।୯: ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ସେ ଦିଲ୍ଲୀର କାମ ବନ୍ଦ କରିଥିବା ଅଭିଯୋଗ କରିଛନ୍ତି।
ଦିଲ୍ଲୀ ବିଧାନସଭାର ସ୍ବତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋଦି ବହୁତ ଶକ୍ତିଶାଳୀ, ତାଙ୍‌କ ପାଖରେ ବିପୁଳ ଅର୍ଥ ଅଛି କିନ୍ତୁ ମୋଦି ଭଗବାନ ନୁହଁନ୍ତି। ସେ କହିଥିଲେ ଯେ ଏହି ଦୁନିଆରେ ଭଗବାନ ଅଛନ୍ତି, କିଛି ଶକ୍ତି ଅଛି, ସେ ମୋ ସହିତ ଅଛନ୍ତି। ମୁଁ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଦେଉଛି।

ଭାଜପାକୁ ଲକ୍ଷ୍ୟ କରି ସେ କହିଛନ୍ତି, ମୁଁ, ସିସୋଡିଆ, ସଞ୍ଜୟ ସିଂ, ସତ୍ୟେନ୍ଦ୍ର ଜୈନ, ବିଭବଙ୍କୁ ଜେଲରେ ରଖାଯାଇଛି। ପାଞ୍ଚଜଣ ବଡ ନେତାଙ୍କୁ ଜେଲରେ ରଖାଯାଇଥିଲା, ତଥାପି ଆମ ଦଳ ଏକଜୁଟ ହୋଇଛି। ମୁଁ ତୁମ ଦଳ (ଭାଜପା)ର ଦୁଇ ନେତାଙ୍କୁ ଜେଲରେ ରଖିବାକୁ କହୁଛି, ଯଦି ଦଳ ଭାଙ୍ଗିବ ନାହିଁ ତେବେ ମୋତେ କହିବ ବୋଲି କେଜରିଓ୍ବାଲ ଚ୍ୟାଲେଞ୍ଜ କରିଛନ୍ତି।
ସେ କହିଛନ୍ତି ଯେ କିଛି ଦିନ ପୂର୍ବରୁ ମୁଁ ଯେତେବେଳେ ଜଣେ ଭାଜପା ନେତାଙ୍କ ସହ କଥା ହେଲି, ଯେତେବେଳେ ମୁଁ ତାଙ୍କୁ ପଚାରିଲି ସେ କହିଥିଲେ ଯେ ମୁଁ ମୋର ସରକାରକୁ ଡି ରେଲ କରିଛି। ଏହା ଶୁଣି ମୁଁ ଆଶ୍ଚର୍ଯ୍ୟ ହୋଇଗଲ। ୨୭ ବର୍ଷ ଧରି ଦିଲ୍ଲୀର ଲୋକମାନେ ତାଙ୍କୁ ଭୋଟ ଦେଇନାହାଁନ୍ତି। ଆପଣ ଔଷଧ ଏବଂ କେଜରିୱାଲଙ୍କୁ ବଦନାମ କରି ଭୋଟ ପାଇବାକୁ ଚାହୁଁଛନ୍ତି ଏହା ଠିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା: ହଷ୍ଟେଲ ଓ୍ବାର୍ଡେନଙ୍କୁ ଫାଶୀଦଣ୍ଡାଦେଶ

ଇଟାନଗର,୨୬।୯: ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା ମାମଲାର ବିଚାର କରି ଇଟାନଗର ସ୍ଥିତ ଏକ ସ୍ବତନ୍ତ୍ର କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମାମଲାର ଶୁଣାଣି...

ବିରୋଧୀ ଦଳରୁ କିଏ ଦେଇଥିଲା ପ୍ରଧାନମନ୍ତ୍ରୀ ଅଫର ? ଜାଣନ୍ତୁ କ’ଣ କହିଲେ ନିତିନ ଗଡ଼କରୀ

ନୂଆଦିଲ୍ଲୀ,୨୬ା୯: କେନ୍ଦ୍ରମନ୍ତ୍ରୀ ପରିବହନ ନିତିନ ଗଡ଼କରୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିବା ଖବର ଅନେକ ଦିନରୁ ଚର୍ଚ୍ଚା ହୋଇଆସୁଛି। ଏହାରି ମଧ୍ୟରେ ସେ ଏହି ପ୍ରସଙ୍ଗରେ ବଡ...

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ମହିଳା ଯେଉଁ ଧର୍ମର ହୁଅନ୍ତୁନା କାହିଁକି ସମସ୍ତଙ୍କ ପାଇଁ ଲାଗୁ ହେବ ଏହି ଆଇନ

ନୂଆଦିଲ୍ଲୀ,୨୬।୯: ଘରୋଇ ହିଂସା ଆଇନ ଉପରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଘରୋଇ ହିଂସା ଆଇନ ୨୦୦୫ ପ୍ରତ୍ୟେକ ମହିଳାଙ୍କ...

୩ ‘ପରମ ରୁଦ୍ର ସୁପର କମ୍ପ୍ୟୁଟର’ର ଉଦଘାଟନ କଲେ ମୋଦି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତା

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ...

ଭାଜପାକୁ ଲାଗିଲା ବଡ ଝଟ୍‌କା, ୨୦ ବର୍ଷ ଦଳରେ ଥାଇ ଏବେ…

ରାଞ୍ଚି,୨୬।୯: ଚେନପୁର ରାଜ ପରିବାରର ସଦସ୍ୟ ତଥା ଭାଜପାର ପୂର୍ବତନ ରାଜ୍ୟ ମନ୍ତ୍ରୀ ବିବେକ ଭବାନୀ ସିଂ ବୁଧବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ରାଜ୍ୟ...

ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟକା!

ନୂଆଦିଲ୍ଲୀ,୨୬।୯: ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଗୁଜରାଟ ସରକାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଗୁରୁବାର ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି, ଯେଉଁଥିରେ...

ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୯: ଶ୍ରମିକ ବିଶେଷକରି ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କ୍ରମେ କେନ୍ଦ୍ର...

କୃଷକଙ୍କ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ସରକାର

ରାଞ୍ଚି,୨୬।୯: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri