ୟୁଏଇରେ ରୁପେ କାର୍ଡର ଶୁଭାରମ୍ଭ କଲେ ମୋଦି…

ଆବୁଧାବି,୧୩।୨ : ଭାରତରେ ବିକଶିତ ହୋଇଥିବା ରୁପେ କାର୍ଡ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ମଧ୍ୟ ପ୍ରଚଳନ ହେବା ଆରମ୍ଭ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହାନ ମଙ୍ଗଳବାର ଆବୁଧାବିରେ ରୁପେ କାର୍ଡ ସେବା ଆରମ୍ଭ କରିଛନ୍ତି। ରାଷ୍ଟ୍ରପତି ନାହାନ ତାଙ୍କ ନାମଥିବା କାର୍ଡକୁ ‘ସ୍ବାଇପ’ କରି ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଆମେ ଉଭୟ ୟୁପିଆଇ ରୁପେ କାର୍ଡ ଏବଂ ଆପକେ ଜୟୱାନ କାର୍ଡର ପରିଚୟ ଦେଇ ଏକ ନୂତନ ଫିଣ୍ଟେକ ଯୁଗ ଆରମ୍ଭ କରୁଛୁ, ଯାହା ଏକ ବଡ଼ ସଫଳତା। ଏହା ମାଧ୍ୟମରେ ଭାରତର ୟୁପିଆଇ ପେମେଣ୍ଟ ସିଷ୍ଟମ ଏବଂ ୟୁଏଇର ଏଏନଆଇ ସିଷ୍ଟମ ଏକତ୍ର ସଂଯୋଗ ହେବାର ସୁଯୋଗ ପାଇବେ । ଏହା ସହିତ ଉଭୟ ଦେଶର ଲୋକମାନେ କୌଣସି ପ୍ରତିବନ୍ଧକ ବିନା କାରବାରର ସୁବିଧା ପାଇପାରିବେ। ଗତ ବର୍ଷ ଜୁଲାଇରେ ସ୍ବାକ୍ଷରିତ ଇଣ୍ଟରଲିଙ୍କିଂ ପେମେଣ୍ଟ ଏବଂ ମେସେଜିଂ ସିଷ୍ଟମର ଏହା ଫଳାଫଳ ।

ଏଥି ସହିତ, ଡେବିଟ / କ୍ରେଡିଟ କାର୍ଡକୁ ଆନ୍ତଃ- ସଂଯୋଗ କରିବା ପାଇଁ ଆଉ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି, ଯେଉଁଥିରେ ଜୟୱାନ (ୟୁଏଇ) ରୁପେ କାର୍ଡ (ଭାରତ) ସହିତ ସଂଯୁକ୍ତ ହେବ। ଏହା ଦ୍ୱାରା ରୁପେ କାର୍ଡର ପ୍ରସାର ବୃଦ୍ଧି ପାଇବ। ଏହା ପୂର୍ବରୁ ନେପାଳ, ଭୁଟାନ, ସିଙ୍ଗାପୁରର ଶ୍ରୀଲଙ୍କା, ମରିସସ ଏବଂ ଆଫ୍ରିକାରେ ରୁପେ କାର୍ଡ ଲଞ୍ଚ କରାଯାଇଛି। ଏହା ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି

ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ...

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ...

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା...

ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ

ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା...

ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri