‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ମୋଦି: ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୧୬।୯ : ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା  ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କନକ ବଦ୍ଧର୍ନ ସିଂ ଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ ମନ୍ତ୍ରୀ, ଭାଜପା ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି।  ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି  ।

 

ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରେ ବିମାନ ବନ୍ଦରରେ ପହଞ୍ଚି ଥିଲେ। ପରେ ସେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ମହିଳାଙ୍କଠାରୁ ମହାପ୍ରଭୁ ଜଗନ୍ନାଥଙ୍କ ପଟଚିତ୍ର ଉପହାର ସ୍ବରୁପ ଗ୍ରହଣ କରିଥିଲେ। ପରେ ସେ ସେଠାରୁ ଜନତାମଇଦାନଦ ଆସିଥିଲେ। ପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି କରିଥିଲେ।

ଏପରିକି ଓଡ଼ିଶା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସୁଭଦ୍ରା ଯୋଜନାର ଶୁଭାରମ୍ଭ ନେଇ ଉତ୍ସାହିତ ଥିବା କହିଥିଲେ। ’ସୁଭଦ୍ରା ଯୋଜନା’ ନାରୀ ସଶକ୍ତୀକରଣକୁ ଆଗକୁ ବଢ଼ାଇବ ଏବଂ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri