ରୁଷିଆ ଗସ୍ତ ପୂର୍ବରୁ ବଡ଼ କଥା କହିଦେଲେ ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଭାରତ-ରୁଷିଆ ସମ୍ପର୍କ ଉପରେ ଆଲୋକପାତ କରିଥିଲେ। ମସ୍କୋ ଗସ୍ତ ପୂର୍ବରୁ ସେ କହିଛନ୍ତି, ଗତ ଦଶ ବର୍ଷ ମଧ୍ୟରେ ଦୁଇ ଦେଶ ମଧ୍ୟରେ ସ୍ବତନ୍ତ୍ର ରଣନୈତିକ ଭାଗିଦାରୀ ଅଗ୍ରଗତି ହୋଇଛି। ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ସହଯୋଗର ସମସ୍ତ ଦିଗ ସମୀକ୍ଷା କରିବାକୁ ଅପେକ୍ଷା କରିଛି। ରୁଷିଆ ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଅଷ୍ଟ୍ରିଆ ଗସ୍ତ କରିବେ। ସେ ଅଷ୍ଟ୍ରିଆକୁ ଭାରତର ଏକ ଦୃଢ ଏବଂ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ଆମେ ଗଣତନ୍ତ୍ରର ଆଦର୍ଶ ବାଣ୍ଟୁଛୁ। ମୁଁ ଆମର ସହଭାଗିତାକୁ ନୂତନ କ୍ଷେତ୍ରରେ ଅଧିକ ଉଚ୍ଚତାକୁ ନେବାକୁ ଅପେକ୍ଷା କରିଛି।
ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତକୁ ନେଇ ରୁଷିଆ ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ବହୁତ ଉତ୍ସାହିତ ଅଛନ୍ତି।
ଦ୍ୱିପାକ୍ଷିକ କଥାବାର୍ତ୍ତାର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ରୁଷିଆରେ ଥିବା ଭାରତର ରାଷ୍ଟ୍ରଦୂତ ବିନୟ କୁମାର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଏକ ବ୍ୟକ୍ତିଗତ ବୈଠକ ହେବ। ଏହା ସହିତ ପ୍ରତିନିଧି ସ୍ତରୀୟ ଆଲୋଚନା ହେବ। ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପ୍ରତିନିଧୀଙ୍କ ପାଇଁ ଲଞ୍ଚ୍‌ ଆୟୋଜନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଏକ ପ୍ରଦର୍ଶନୀ କେନ୍ଦ୍ର ପରିଦର୍ଶନ କରିବେ।
କରୋନା କାରଣରୁ ତିନି ବର୍ଷ ପରେ ଏହି ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ଉଭୟ ନେତା ଅନ୍ତର୍ଜାତୀୟ ପରିସ୍ଥିତି ଉପରେ ମଧ୍ୟ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ମସ୍କୋରେ ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ଭେଟିବେ।
କରୋନା ପରେ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ରୁଷିଆ ଯାଉଛନ୍ତି। ସେ ଏହା ପୂର୍ବରୁ ୨୦୧୯ରେ ରୁଷିଆ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ନେତାଙ୍କ ମଧ୍ୟରେ ରୁଷିଆ -ୟୁକ୍ରେନ ବିବାଦ ଉପରେ ମଧ୍ୟ ଆଲୋଚନା ହୋଇପାରେ। ଭାରତ ଉଭୟ ଦେଶକୁ ଶାନ୍ତି ପାଇଁ ଅନେକ ଥର ନିବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଜ୍‌ରେ ରାମ ଭୂମିକାରେ କରୁଥିଲେ ଅଭିନୟ, ଆସିଲା ହାର୍ଟଆଟାକ୍‌, ଆଉ ତା’ ପରେ…

ନୂଆଦିଲ୍ଲୀ,୬ା୧୦: ଦିଲ୍ଲୀର ଶାହାଦରା ଅଞ୍ଚଳରେ ଷ୍ଟେଜ୍‌ରେ ରାମଲୀଳା ଚାଲିଥିବାବେଳେ ଏକ ଦୁଃଖଦ ଘଟଣା ଘଟିଛି। ରାମ ଭୂମିକାରେ ଅଭିନୟ କରୁଥିବା ସୁଶୀଲ କୌଶିକ୍‌ଙ୍କ ଛାତିରେ ଯନ୍ତ୍ରଣା...

କୋଲକାତା ବଳାତ୍କାର ହତ୍ୟା ମାମଲା: ସନ୍ଦୀପ ଘୋଷଙ୍କୁ ଆଉ ଏକ ବଡ଼ ଝଟ୍‌କା

କୋଲକାତା,୬।୧୦: କୋଲକାତା ସ୍ଥିତ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରି ୧୦ ଜଣ ଡାକ୍ତରଙ୍କୁ ବହିଷ୍କାର କରିବାକୁ...

ହମାସ ଆକ୍ରମଣକୁ ବର୍ଷେ: ଆଲର୍ଟରେ ଇସ୍ରାଏଲ

ବେରୁଟ୍‌,୬।୧୦: ଇସ୍ରାଏଲ ଉପରେ ହମାସ କ୍ଷେପଣାସ୍ତ୍ର ଆକ୍ରମଣର ଆସନ୍ତାକାଲି ଅର୍ଥାତ୍‌ ସୋମବାର ଏକ ବର୍ଷ ପୂରଣ ହେବ। ହମାସର ଏହି ଆକ୍ରମଣରେ ୧୦୦୦ରୁ ଅଧିକ ଇସ୍ରାଏଲ...

‘ଅକ୍ଟୋବର ୮ ଫଳାଫଳକୁ ଅପେକ୍ଷା କର, ବାକି କେବଳ ଟାଇମ୍‌ ପାସ୍‌’

କଶ୍ମୀର,୬।୧୦: ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଶନିବାର ସନ୍ଧ୍ୟାରେ ଆସିଥିବା ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଉପରେ ସନ୍ଦେହ...

ମସ୍କଟରୁ ଆସୁଥିବା ବିମାନର ଫାଟିଲା ଟାୟାର, ଅଳ୍ପକେ ବର୍ତ୍ତିଲେ ୧୪୬ ଯାତ୍ରୀ

ଚେନ୍ନାଇ,୬।୧୦: ଚେନ୍ନାଇ ବିମାନବନ୍ଦରରେ ଟଳିଛି ବଡ଼ ଦୁର୍ଘଟଣା। ଶନିବାର ମସ୍କଟରୁ ୧୪୬ ଯାତ୍ରୀଙ୍କୁ ନେଇ ଚେନ୍ନାଇ ଆସୁଥିବା ଏକ ବିମାନର ଟାୟାର ଓହ୍ଲାଇବା ସମୟରେ ଫାଟି...

ଏକଜିଟ ପୋଲ୍‌କୁ ନେଇ କଂଗ୍ରେସ ଖୁସିରେ ଗଦଗଦ, ଏବେ ହେବ ଅସଲ ଖେଳ!

ନୂଆଦିଲ୍ଲୀ,୬।୧୦: ଅକ୍ଟୋବର ୫ରେ ହରିୟାଣା ବିଧାନସଭା ନିର୍ବାଚନରେ ଭୋଟ ଗ୍ରହଣ ପରେ ଏକଜିଟ ପୋଲ୍‌ର ଫଳାଫଳ କଂଗ୍ରେସକୁ ଖୁସି ଖବର ଦେଇଥିଲା। ସମସ୍ତ ଏକଜିଟ ପୋଲ୍‌ରେ...

ଯେଉଁଠି କରାଯାଇଥିଲା ଗୁଳି ପୁଣି କାହିଁକି ସେଠାକୁ ଗଲେ ଟ୍ରମ୍ପ? ସାଙ୍ଗରେ ଥିଲେ ମସ୍କ

ପେନସିଲଭାନିଆ,୬।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଶନିବାର ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। କୌତୁହଳର ବିଷୟ,...

ଆରଜି କର ହତ୍ୟାକାଣ୍ଡ: ପୁଣି ଆମରଣ ଅନଶନରେ ଜୁନିଅର ଡାକ୍ତର

କୋଲକାତା,୬।୧୦: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ବିରୋଧ କରି ଜୁନିଅର ଡାକ୍ତରମାନେ ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri