Posted inଜାତୀୟ

ଇତିହାସ ରଚିଲେ ମୋଦି

ପାଟନା,୧୨।୫: ବିହାରର ରାଜଧାନୀ ପାଟନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ରୋଡ ଶୋ ଆରମ୍ଭ ହୋଇଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ରବିବାର ସନ୍ଧ୍ୟା ପ୍ରାୟ ୬ଟା ୩୦ରେ ପାଟନା ବିମାନବନ୍ଦରରେ ପହଞ୍ଚି ସେଠାରୁ ପାଟଣାର ଭଟ୍ଟାଚାର୍ଯ୍ୟ ରୋଡରେ ପହଞ୍ଚିଥିଲେ। ତାଙ୍କ ରୋଡ ଶୋ ପାଟନାର ଭଟ୍ଟାଚାର୍ଯ୍ୟ ରୋଡରୁ ଆରମ୍ଭ ହୋଇଥିଲା। ପ୍ରାୟ ୨.୫ କିଲୋମିଟରର ଏହି ରୋଡ ଶୋ ଦେଖିବାକୁ ପାଟନା ରାସ୍ତାରେ ଭିଡ଼ ଜମିଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ହାତ ହଲାଇ ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି। କେବଳ ଏତିକି ନୁହେଁ, ରୋଡ ଶୋ ସମୟରେ ପ୍ରଧାନମନ୍ତ୍ରୀ ରଥକୁ ଅଟକାଇ ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଏହି ରୋଡ ଶୋ ସମୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବା ପାଇଁ ପାଟନାର ଲୋକମାନେ ବିଭିନ୍ନ ସ୍ଥାନରେ ଏକାଠି ହୋଇଥିଲେ। ମୋଦିଙ୍କ ରୋଡ ଶୋ ସମୟରେ ପାଟନା ରାସ୍ତାରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ମେଢ, ଫୁଲ ବର୍ଷା, ଆରତୀ, ହୋର୍ଡିଂ ବ୍ୟବସ୍ଥା କରାଯାଇଥିଲା। ଏଥିସହ ପାଟନାର ଲୋକମାନେ ମୋଦୀଙ୍କ ଝଲକ ପାଇବା ପାଇଁ ନିଜ ଘରର ଛାତରେ ରହି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ।
ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ ପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ରଥରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା ମଧ୍ୟ ଉପସ୍ଥିତ ଥିଲେ। ପାଟନା ସାହିବ ପ୍ରାର୍ଥୀ ରବି ଶଙ୍କର ପ୍ରସାଦ ମଧ୍ୟ ରଥରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଥିଲେ। ଏହି ସମୟରେ ରାସ୍ତାକଡରେ ଉପସ୍ଥିତ ଲୋକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ବାଗତ କରିବା ପାଇଁ ମୋବାଇଲର ଟର୍ଚ୍ଚ ଲାଇଟ ମଧ୍ୟ ଜାଳିଥିଲେ। ରାସ୍ତାରେ ଉପସ୍ଥିତ ଲୋକମାନେ ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇବାକୁ ବହୁତ ଉତ୍ସାହିତ ଥିବା ଦେଖାଯାଉଥିଲା। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ପାଟନାରେ ଏକ ରୋଡ ଶୋ ଆୟୋଜନ କରି ଇତିହାସ ସୃଷ୍ଟି କରିଛନ୍ତି। ଏହାପୂର୍ବରୁ କୌଣସି ପ୍ରଧାନମନ୍ତ୍ରୀ ପାଟନାରେ ରୋଡ ଶୋ କରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri