Posted inଜାତୀୟ

ବ୍ରହ୍ମାଣ୍ଡ ତ ମୋଦି ତିଆରି କରିଛନ୍ତି: କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୫: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟରେ ଶବ୍ଦ ଯୁଦ୍ଧ ଜୋରଦାର ହେଉଛି। ରବିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଏଏପି ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ଭାଜପା ନେତାମାନଙ୍କୁ ଅହଂକାରରେ ପରିପୂର୍ଣ୍ଣ ବୋଲି ବର୍ଣ୍ଣନା କରିବା ସହ ଅହଂକାରୀ ଭାଜପାକୁ ପରାସ୍ତ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି।

ଫେରୋଜପୁରରେ ବ୍ୟବସାୟୀଙ୍କ ସହ ଏକ ବୈଠକ କରିବା ପରେ ଅରବିନ୍ଦ କେଜରିୱାଲ କହିଛନ୍ତି ଯେ … … ଭଗବାନ ସମଗ୍ର ବ୍ରହ୍ମାଣ୍ଡ ସୃଷ୍ଟି କରିଛନ୍ତି, କିନ୍ତୁ ଭାଜପାର ଲୋକମାନେ ବର୍ତ୍ତମାନ ଭାବିବା ଆରମ୍ଭ କରିଛନ୍ତି ଯେ ମୋଦି ଜୀ ବ୍ରହ୍ମାଣ୍ଡ ସୃଷ୍ଟି କରିଛନ୍ତି। ତେଣୁ ଅହଂକାରୀଭାଜପାକୁ ପରାସ୍ତ କରିବା ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ସେ କହିଛନ୍ତି ଯେ ସ୍ବାଧୀନତା ସଂଗ୍ରାମରେ ପଞ୍ଜାବର ଲୋକମାନେ ସର୍ବାଧିକ ଯୋଗଦାନ ଦେଇଛନ୍ତି। ସେଥିପାଇଁ ଆଜି ମୁଁ ଦେଶକୁ ବଞ୍ଚାଇବା ପାଇଁ ଏକ ନିବେଦନ ସହିତ ଆପଣଙ୍କ ନିକଟକୁ ଆସିଛି। ଏବେ ଦେଶର ସମ୍ବିଧାନ ଏବଂ ଗଣତନ୍ତ୍ର ବିପଦରେ। ଏହାକୁ ବଞ୍ଚାଇବା ପାଇଁ ଆମକୁ ପୁଣି ଆଗକୁ ଆସିବାକୁ ପଡିବ। ଯଦି ଆମେ ଏଥର ନରେନ୍ଦ୍ର ମୋଦିଙ୍କୁ ପରାସ୍ତ ନକରିବା ତେବେ ଗଣତନ୍ତ୍ର ଏବଂ ସମ୍ବିଧାନ ନଷ୍ଟ ହୋଇଯିବ। ତେବେ ଦେଶର ପରିସ୍ଥିତି ପାକିସ୍ତାନ, ବାଂଲାଦେଶ ଏବଂ ରୁଷିଆ ଭଳି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri