Categories: ଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ନେଇ ଦାବି ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୭।୬: ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର ସଂସଦୀୟ ଦଳ ବୈଠକରେ ଶୁକ୍ରବାର ନରେନ୍ଦ୍ର ମୋଦିଙ୍କୁ ଏନ୍‌ଡିଏ ଦଳର ନେତା ଚୟନ କରାଯାଇଛି। ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ରାଷ୍ଟ୍ରପତି ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ପ୍ରଦାନ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସରକାର ଗଠନ ନେଇ ରାଷ୍ଟ୍ରପତିଙ୍କଠାରେ ଦାବି ଉପସ୍ଥାପନ କରିଥିଲେ।

Share