ଓଡ଼ିଶାବାସୀଙ୍କୁ ୧୯,୬୦୦ କୋଟି ଟଙ୍କା ପ୍ରକଳ୍ପ ଭେଟିଦେଲେ ମୋଦି

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାଇଥିଲେ। ସେଠାରେ ଅନୁଷ୍ଠିତ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି ଚଣ୍ଡିଖୋଲରେ ୧୯,୬୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏକାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।

Share