Categories: ଜାତୀୟ

କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଜାରି କଲେ ମୋଦି: କୃଷକଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ବାରାଣସୀ,୧୮।୬: ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସଂସଦୀୟ କ୍ଷେତ୍ର ବାରାଣାସୀ ଗ୍ରସ୍ତ କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କରିଛନ୍ତି। ଫଳରେ ୨୦ ହଜାର କୋଟି ଟଙ୍କା କୃଷକଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି।

ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଅଧୀନରେ ୨୦ହଜାର କୋଟିରୁ ଅଧିକ ଟଙ୍କା ଦେଶର ୯.୬୦ କୋଟି ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୋଦି ବାରାଣସୀ ଆସି ସଂସଦୀୟ କ୍ଷେତ୍ରର ଭୋଟରଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସୂଚନା ଯୋଗ୍ୟ, ଚାଷୀକୁ ଆର୍ଥିକ ପ୍ରତ୍ସୋହନ ପାଇଁ ୨୦୧୯ ଫେବ୍ରୁଆରୀ ୨୪ରେ ପିଏମ୍‌ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରିଥିଲେ ମୋଦି ସରକାର । ଏଯାଏଁ ୧୬ଟି କିସ୍ତିରେ ଚାଷୀଙ୍କ ଖାତାକୁ ଟଙ୍କା ପଠାଯାଇଛି। ୨୦୨୩-୨୪ରେ ଓଡିଶାରେ ୩୦ ଲକ୍ଷରୁ ଅଧିକ ପିଏମ୍‌ କିଷାନ ସମ୍ମାନ ନିଧି ହିତାଧିକାରୀ ଅଛନ୍ତି ।

Share