Posted inଜାତୀୟ

ଗଡକରୀଙ୍କୁ ହରାଇବାକୁ କାମ କରିଛନ୍ତି ମୋଦି-ଶାହା: ସଞ୍ଜୟ ରାଉତ

ମୁମ୍ବାଇ,୨୬।୫: ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରବିବାର ଦାବି କରିଛନ୍ତି ଯେ ଲୋକ ସଭା ନିର୍ବାଚନରେ ନିତିନ ଗଡକରୀଙ୍କ ପରାଜୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ କାର୍ଯ୍ୟ କରିଛନ୍ତି। ରାଉତ କହିଛନ୍ତି ଯେ ଫଡନାଭିସ ଇଚ୍ଛା ନକରି ଗଡକରୀଙ୍କ ପାଇଁ ପ୍ରଚାର କରିଥିଲେ। ସୂଚନାଯୋଗ୍ୟ, ନୀତିନ ଗଡକରୀ ନାଗପୁରରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଏବଂ ଏହା ହେଉଛି ଉଭୟ ଭାଜପା ନେତା (ଫଡନାଭିସ, ଗଡକରୀ) ଙ୍କ ସହର।
ଶିବସେନା (ୟୁବିଟି) ମୁଖପାତ୍ର ସାମାନାର ଏକ ଆର୍ଟିକିଲରେ ସଞ୍ଜୟ ରାଉତ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି, ଶାହ ଏବଂ ଫଡନାଭିସ ନାଗପୁରରେ ନୀତିନ ଗଡକରୀଙ୍କ ପରାଜୟ ପାଇଁ କାମ କରିଥିଲେ।
ଶିବସେନା (ୟୁବିଟି) ନେତା ଏହା ମଧ୍ୟ କହିଛନ୍ତି ଯେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ୨୫-୩୦ଲକ୍ଷ ଟଙ୍କା ବଣ୍ଟନ କରିଛନ୍ତି। ତାଙ୍କ ଯନ୍ତ୍ରପାତି ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ପ୍ରାର୍ଥୀଙ୍କୁ ପରାସ୍ତ କରିବାକୁ କାର୍ଯ୍ୟ କରିଥିଲା। ଯୋଗୀ ଆଦିତ୍ୟନାଥଙ୍କୁ ଲକ୍ଷ୍ୟ କରି ସେ କହିଛନ୍ତି ଯେ ଯଦି ଲୋକ ସଭା ନିର୍ବାଚନ ପରେ ମୋଦି-ଶାହା କ୍ଷମତାକୁ ଫେରିବେ ତେବେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ବଦଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri