Categories: ଜାତୀୟ

୭ ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ମୋଦି

ନୂଆଦିଲ୍ଲୀ, ୨୦।୭(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫୋନ୍‌ ଯୋଗେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ସମ୍ପୃକ୍ତ ରାଜ୍ୟଗୁଡ଼ିକର କରୋନା ସ୍ଥିତି ସମ୍ପର୍କରେ ମୋଦି ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଅବଗତ ହୋଇଥିଲେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରାଓ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଓ. ପନିରସେଲଭାମ୍‌, ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ। କରୋନା ବ୍ୟତୀତ ବନ୍ୟା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ମୋଦି ଆଲୋଚନା କରିଥିଲେ।

Share