Posted inଜାତୀୟ

ଫେବୃଆରୀରେ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହୋଇପାରେ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୩।୧: ଆମେରିକାରେ ପୁଣି ଆରମ୍ଭ ହୋଇଛି ଟ୍ରମ୍ପ ଶାସନ । ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଡୋନାଲଡ ଟ୍ରମ୍ପ । ତେବେ ଟ୍ରମ୍ପଙ୍କ ପ୍ରତ୍ୟାବର୍ତ୍ତନ ପରେ ଭାରତ- ଆମେରିକା ସମ୍ପର୍କ କେମିତି ରହିବ, ତାହା ଉପରେ ସାରା ବିଶ୍ୱର ନଜର ରହିଛି । ଏହାରି ଭିତରେ ଫେବୃଆରୀରେ ଆମେରିକାରେ ମୋଦି-ଟ୍ରମ୍ପଙ୍କ ମଧ୍ୟରେ ହୋଇପାରେ ବୈଠକ । ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଭାରତୀୟ ଏବଂ ଆମେରିକୀୟ କୂଟନୀତିଜ୍ଞ ଫେବ୍ରୁଆରୀରେ ୱାଶିଂଟନରେ ପିଏମ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ବୈଠକ ଆୟୋଜନ କରିବା ପାଇଁ ପ୍ରସାୟ କରୁଛନ୍ତି।

ଯଦି ଏହି ବୈଠକ ହୁଏ ତେବେ ମୋଦି ଏବଂ ଟ୍ରମ୍ପଙ୍କ ମଧ୍ୟରେ ବ୍ୟବସାୟ ଏବଂ ଶ୍ରମିକ ଭିସା ଉପରେ ଚର୍ଚ୍ଚା ହୋଇପାରେ । ଦ୍ୱିତୀୟ ଥର ପାଇଁ ଟ୍ରମ୍ପ ହ୍ବାଇଟ ହାଉସରେ ପହଞ୍ଚିବା ପରେ ନୂଆଦିଲ୍ଲୀରେ ଅଧିକାରୀଙ୍କ ମଧ୍ୟରେ ଭାରତ ଉପରେ ଟାରିଫ ବୃଦ୍ଧି କରାଯିବାକୁ ନେଇ ଚିନ୍ତା ବଢିଛି । ତେବେ ଫେବ୍ରୁଆରୀରେ ଏହି ବୈଠକ ହେବ କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ । ତେବେ ଅନୁସାରେ ଚଳିତ ବର୍ଷ ଶେଷ ସୁଦ୍ଧା ନିଶ୍ଚିତ ଦ୍ୱିପାକ୍ଷିକ ବୈଠକ ହୋଇପାରେ ।

ଅଷ୍ଟ୍ରେଲିଆ, ଜାପାନ ଏବଂ ଆମେରିକାର କ୍ୱାଡ ସଦସ୍ୟ ରାଷ୍ଟ୍ରମୁଖ୍ୟ ଭାରତ ଦ୍ୱାରା ଆୟୋଜିତ ହେବାକୁ ଥିବା ବାର୍ଷିକ ଶିଖର ସମ୍ମିଳନୀରେ ସାମିଲ ହେବେ । ଟ୍ରମ୍ପ ନିଜର ପ୍ରଥମ କାର୍ଯ୍ୟକାଳରେ ୨୦୨୦ ଫେବ୍ରୁଆରୀ ମାସରେ ଭାରତ ଗସ୍ତରେ ଆସିଥିଲେ । ସେତେବେଳେ ଅହମଦାବାଦର କ୍ରିକେଟ ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri