Posted inଜାତୀୟ

ରୁଷିଆ ଗସ୍ତରେ ଗଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ବାହାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତ ପୂର୍ବରୁ କଜାନ ସହରରୁ ସ୍ବତନ୍ତ୍ର ଫଟୋ ସାମ୍ନାକୁ ଆସିଛି। ପିଏମ ମୋଦିଙ୍କୁ ସ୍ବାଗତ କରିବା ପାଇଁ ଏନଆରଆଇ ବା ପ୍ରବାସୀ ଭାରତୀୟମାନେ ହୋର୍ଡିଂ ଲଗାଇଛନ୍ତି। ସୂଚନାଯୋଗ୍ୟ, ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ଅକ୍ଟୋବର ୨୨-୨୩ ରେ ରୁଷିଆ ଗସ୍ତ କରିବେ। ଆୟୋଜକ ରୁଷିଆର ଅଧ୍ୟକ୍ଷତାରେ ଏଠାରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଆୟୋଜିତ ହେଉଛି। କଜାନରେ ଆୟୋଜିତ ବ୍ରିକ୍ସ ଦେଶଗୁଡିକର ସମ୍ମିଳନୀ ବ୍ୟତୀତ ପ୍ରଧାନମନ୍ତ୍ରୀ ବ୍ରିକ୍ସ ସଦସ୍ୟ ଦେଶ ତଥା କଜାନକୁ ଆସୁଥିବା ଅନ୍ୟ ନିମନ୍ତ୍ରିତ ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ ମଧ୍ୟ କରିପାରନ୍ତି।

କଜାନରୁ ଆସିଥିବା ଫଟୋଗୁଡ଼ିକରେ ଦେଖିବାକୁ ମିଳିଛି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଲେଖାଯାଇଛି। ରୁଷିଆରେ ରହୁଥିବା ଭାରତୀୟ ସମ୍ପ୍ରଦାୟର ଲୋକମାନେ ପୋଷ୍ଟରରେ ଭାରତ ଶବ୍ଦ ବ୍ୟବହାର କରିନାହାଁନ୍ତି।
କଜାନରେ ବ୍ରିକ୍ସ ସମ୍ମିଳନୀ ପୂର୍ବରୁ ଚାଲିଥିବା ସାଜସଜ୍ଜା ଏବଂ ପ୍ରସ୍ତୁତିର ଏକ ଭିଡିଓ ସାମ୍ନାକୁ ଆସିଛି। ଚିତ୍ରଗୁଡ଼ିକରେ ଏହା ଦେଖିବାକୁ ମିଳେ ଯେ ବିଶ୍ୱସ୍ତରୀୟ ସମ୍ମିଳନୀ ପାଇଁ ହୋଟେଲ କଜାନ ସମେତ ସମଗ୍ର ସହରକୁ ସ୍ବତନ୍ତ୍ର ଭାବେ ସଜାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri