ଓଡ଼ିଶା ଆସିବେ ମୋଦି: ଏହି ୪ ପ୍ରସଙ୍ଗକୁ ଭାଜପାର ଗୁରୁତ୍ୱ

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର):ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବାର ମାତ୍ର ୧୦୦ ଦିନ ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ରାଜ୍ୟବାସୀଙ୍କ ପ୍ରିୟଭାଜନ ହୋଇପାରିଛି। ଶ୍ରୀମନ୍ଦିରର ୪ ଦୁଆର ଖୋଲିବାଠାରୁ ଆରମ୍ଭକରି ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରାଯାଇ ୪୬ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ଦିଆଯାଇଛି। ୫୮ ସବ୍‌ଡିଭିଜନରେ ଶୀତଳଭଣ୍ଡାର ଖୋଲିବାକୁ ନିଷ୍ପତ୍ତି ହୋଇଛି। ମହିଳଙ୍କୁ ସଶକ୍ତୀକରଣ କରିବା ପାଇଁ ସୁଭଦ୍ରା ଯୋଜନାର ଆରମ୍ଭ କରାଯାଇଛି। ଶ୍ରୀମନ୍ଦିରର ଉନ୍ନତି ପାଇଁ ୫୦୦ କୋଟି ଏବଂ ଓଡ଼ିଆ ଅସ୍ମିତାର ପ୍ରଚାରପ୍ରସାର ପାଇଁ ୨୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଭାଜପା ସରକାରର ମାତ୍ର ୧୦୦ ଦିନର ଏହି ଉପଲବ୍ଧିକୁ ବ୍ୟାପକ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଦାୟିତ୍ୱ ନେବା ଲାଗି ଗୁରୁବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହା ଆଲୋଚନା କରାଯାଇଛି। ଏହା ବ୍ୟତୀତ ସଙ୍ଗଠନ ପର୍ବ ‘ସଦସ୍ୟତା ଅଭିଯାନ-୨୦୨୪’ ଏବଂ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଆଗମନ ସମ୍ପର୍କରେ ଆଲୋଚନା କରାଯାଇଛି।

ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସାଧାରଣ ସମ୍ପାଦକ(ସଙ୍ଗଠନ) ମାନସ ମହାନ୍ତି, ମନ୍ତ୍ରୀ ଓ ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ।

ବୈଠକ ପ୍ରସଙ୍ଗରେ ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଥିଲେ, ଏଥିରେ ମୁଖ୍ୟତଃ ସଦସ୍ୟତା ଅଭିଯାନ, ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ, ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ଏବଂ ୧୦୦ ଦିନ ଭାଜପା ସରକାରର ଉପଲବ୍ଧି ଭଳି ପ୍ରମୁଖ ୪ଟି ପ୍ରସଙ୍ଗରେ ଆଲୋଚନା କରାଯାଇ ଆଗାମୀ ଦିନ ପାଇଁ ରୋଡ୍‌ମ୍ୟାପ୍‌ ପସ୍ତୁତ କରାଯାଇଛି। ସଦସ୍ୟତା ଅଭିଯାନକୁ କିପରି ବ୍ୟାପକ କରିହେବ ସେ ପ୍ରସଙ୍ଗରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ପ୍ରତି ବିଧାନସଭା କ୍ଷେତ୍ରରେ ଲକ୍ଷେରୁ ଊର୍ଦ୍ଧ୍ୱ ସଦସ୍ୟ ସଂଗ୍ରହ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି। ସହରଠାରୁ ଆରମ୍ଭ କରି ବ୍ଲକ୍‌, ପଞ୍ଚାୟତ, ଗ୍ରାମସ୍ତରରେ କିପରି ଅଧିକ ସଦସ୍ୟ ଭାଜପାରେ ସାମିଲ ହେବେ ସେନେଇ ଯୋଜନା ପ୍ରସ୍ତୁତ କରାଯାଇଛି। ସୂଚନାଯୋଗ୍ୟ, ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ ଅବସରରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri