Posted inରାଜ୍ୟ

ଭୁବନେଶ୍ୱରରେ ରୋଡ ଶୋ’ କରି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ଯିବେ ମୋଦି

ଭୁବନେଶ୍ୱର,୯ା୬: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିରେ ଯୋଗ ଦେବା ପୂର୍ବରୁ ସେ ୧୨ ତାରିଖ ବୁଧବାର ସଂଧ୍ୟାରେ ଜୟଦେବ ବିହାର ଠାରୁ ଆରମ୍ଭ କରି ଶପଥ ଗ୍ରହଣ ହେବାକୁ ଥିବା ଜନତା ମୈଦାନ ଯାଏ ରୋଡ୍ ଶୋ’ କରିବେ। ରବିବାର ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ଦୁଇ ଦିନ ଘୁଞ୍ଚାଯାଇଛି ।

ସୋମବାର ବଦଳରେ ବୁଧବାର ସନ୍ଧ୍ୟାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି। ତେବେ ବର୍ତମାନ ସୁଦ୍ଧା ଭାଜପା ଏହାର ମୁଖ୍ୟମନ୍ତ୍ରୀ ନିର୍ଦ୍ଧାରଣ କରିପାରି ନାହିଁ। ପୂର୍ବରୁ ସୋମବାର ସକାଳେ ବିଧାୟକ ଦଳ ବୈଠକ ହେବାକୁ ଥିବା ବେଳେ ଏହା ମଙ୍ଗଳବାରକୁ ଘୁଞ୍ଚାଇ ଦିଆଯାଇଛି। ଏଠାରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁରେ ମୋହର ଲାଗିବ।

ପୂର୍ବରୁ ନିର୍ବାଚନ ସମୟରେ ଗତମାସ ୧୦ ତାରିଖରେ ମୋଦି ଭୁବନେଶ୍ବରରେ ରୋଡ ଶୋ’ କରିଥିଲେ। ଏହା ଭୁବନେଶ୍ୱର ବିମାନ ବନ୍ଦରରୁ ଆରମ୍ଭ ହୋଇ ବାଣୀବିହାର ପର୍ଯ୍ୟନ୍ତ ଚାଲିଥିଲା।

ଅପରପକ୍ଷେ ରବିବାର ସନ୍ଧ୍ୟାରେ ମୋଦି ତାଙ୍କର ମନ୍ତ୍ରୀ ମଣ୍ଡଳ ସହିତ ଶପଥ ନେବାକୁ ଯାଉଛନ୍ତି। ପୂର୍ବ ଦୁଇ ସରକାରରେ ଭାରତୀୟ ଜନତା ପାର୍ଟି ଏକାକୀ ବହୁମତ ସହିତ ସରକାର ଗଠନ କରିଥିବା ବେଳେ ତୃତୀୟ ପାଳିରେ ମୋଦି ନୀତିଶ କୁମାରଙ୍କ ଜେଡିୟୁ ଏବଂ ଚନ୍ଦ୍ରାବାବୁ ନାୟିଡୁଙ୍କ ଟିଡ଼ିପି ସାହାଯ୍ୟରେ ସରକାର ଗଠନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri